www.samajalive.in
Monday, December 8, 2025
16.1 C
Bhubaneswar

ଓଡିଶାକୁ ଆଗକୁ ନେବାରେ ଅଟଳଜୀଙ୍କ ଅବଦାନ ଅତୁଳନୀୟ :ସମୀର ମହାନ୍ତି

-ପଞ୍ଚମ ‘ଅଟଳ ସମ୍ମାନ-୨୦୨୦’ ରେ ସମ୍ମାନୀତ ହେଲେ ବରିଷ୍ଠ ସମାଜସେବୀ ଡ. ନବକିଶୋର ରାଉତ
-ବିଶିଷ୍ଟ ରାଷ୍ଟ୍ରବାଦୀ କବି କ୍ଷୀରୋଦ ପତିଙ୍କୁ “ଅଟଳ କବିତା ସମ୍ମାନ-୨୦୨୦”
-ସମାଜସେବୀ ସୁଶାନ୍ତ କୁମାର ସାହୁଙ୍କୁ “ଅଟଳ ସମାଜସେବୀ ସମ୍ମାନ-୨୦୨୦”

ଭୁବନେଶ୍ୱର : ୧୯୨୪ ଡିସେମ୍ବର ୨୫ ତାରିଖରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଜନ୍ମଗ୍ରହଣ କରିଥିଲେ। କୃଷି, ବିଜ୍ଞାନ, ଜାତୀୟ ରାଜପଥର ଉନ୍ନତୀକରଣ ତଥା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା ଆଦି ଅନେକ କ୍ଷେତ୍ରରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ। ସେଥିଲାଗି ପ୍ରତିବର୍ଷ ସାରାଭାରତରେ ଡିସେମ୍ବର ୨୫ତାରିଖକୁୁ “ସୁଶାସନ ଦିବସ” ଭାବେ ପାଳନ କରାଯାଉଛି। ଚଳିତ ବର୍ଷ ରାଜ୍ୟ ବିଜେପି କାର୍ଯ୍ୟାଳୟ ପରିସରରେ ସାଂସ୍କୃତିକ ପ୍ରକୋଷ୍ଠ ତରଫରୁ  ଅଟଳ ବିହାରୀ ବାଜପେୟୀଙ୍କ ୯୬ ତମ ଜନ୍ମ ଦିବସ ପାଳନ କରିବା ସହ ‘ଅଟଳ ସମ୍ମାନ -୨୦୨୦’ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। କୋଭିଡ ନିୟମକୁ ପାଳନ କରି ଚଳିତ ବର୍ଷ ଅଟଳ ସମ୍ମାନ ନିରାଡମ୍ବର ଭାବେ ପାଳନ କରାଯାଇଛି।
ଚଳିତ ବର୍ଷ ବରିଷ୍ଠ ସମାଜସେବୀ ଡ. ନବକିଶୋର ରାଉତଙ୍କୁ ପଞ୍ଚମ “ଅଟଳ ସମ୍ମାନ -୨୦୨୦” ସମ୍ମାନରେ ସମ୍ମାନୀତ କରାଯାଇଛି। ଶ୍ରୀ ରାଉତ ଜଣେ ସୁନାମଧନ୍ୟ ଡାକ୍ତର ଭାବେ ପୁରୀ ଜିଲ୍ଲାରେ ଜଣାଶୁଣା। ଯୁବାବସ୍ଥାରୁ ସେ ସ୍ୱୟଂସେବକ ଭାବେ କାର୍ଯ୍ୟ କରିଆସିଛନ୍ତି। ବିଶିଷ୍ଟ ରାଷ୍ଟ୍ରବାଦୀ କବି କ୍ଷୀରୋଦ ପତିଙ୍କୁ “ଅଟଳ କବିତା ସମ୍ମାନ -୨୦୨୦” ରେ ସମ୍ମାନୀତ କରାଯାଇଛି। ଶ୍ରୀ ପତି ଓଡିଆ ଭାଷାରେ ରାଷ୍ଟ୍ରବାଦୀ କବିତା ଲେଖିବା ସହ ସମାଜର ବ୍ୟବସ୍ଥା ପରିବର୍ତନ ଓ ସଂସ୍କୃତିର ସୁରକ୍ଷା ପାଇଁ ଚେଷ୍ଟିତ ଅଛନ୍ତି। ବିଶିଷ୍ଟ ସମାଜସେବୀ ସୁଶାନ୍ତ କୁମାର ସାହୁଙ୍କୁ “ଅଟଳ ସମାଜସେବୀ ସମ୍ମାନ -୨୦୨୦” ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି। ଶ୍ରୀ ସାହୁ ସାମାଜସେବାରେ ନିଜକୁ ଉତ୍ସର୍ଗ କରି ନିଃସହାୟ ଲୋକଙ୍କ ସୁଖ ଦୁଃଖରେ ସାମିଲ ହୋଇ ଅନେକ ସେବାର ଉଦାହରଣ ଦେଇଛନ୍ତି।

- Advertisement -

ବିଶିଷ୍ଟ ରାଜନୈତିଜ୍ଞ, ପ୍ରବାଦ ପୁରୁଷ ଅଟଳ ବିହାରୀ ବାଜପେୟୀ ଏକ ମହାନ ବ୍ୟକ୍ତିତ୍ୱ ସହ କୋଟି କୋଟି କାର୍ଯ୍ୟକର୍ତାଙ୍କ ପ୍ରେରଣାର ସ୍ରୋତ ଥିଲେ। ଓଡିଶାର ମହାବାତ୍ୟା ପରେ ସ୍ୱର୍ଗତଃ ବାଜପେୟୀଙ୍କ ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ ଥିଲା। ପରବର୍ତୀ ସମୟରେ ପାରାଦୀପ ରିଫାଇନାରୀ, ଇଷ୍ଟକୋଷ୍ଟ ରେଳୱ ଜୋନ୍‍, ଏମ୍ସ ମେଡିକାଲର ପ୍ରତିଷ୍ଠା, ସ୍ୱର୍ଣ୍ଣ ଚର୍ତୁଭୂଜ, ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ଗ୍ରାମାଚଂଳର ଚେହେରା ବଦଳାଇବାରେ ସ୍ୱର୍ଗତଃ ବାଜପେୟୀଙ୍କ ବହୁତ ବଡ ଭୂମିକା ଥିଲା। ଓଡିଶାକୁ ଆଗକୁ ନେବାରେ ଅଟଳଜୀଙ୍କ ଅବଦାନ ଅତୁଳନୀୟ ବୋଲି ଶ୍ରୀ ମହାନ୍ତି କହିବା ସହ ତାଙ୍କର ସ୍ମୃତି ଚାରଣ କରିଥିଲେ।
କାର୍ଯ୍ୟକ୍ରମ ସଂଦ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ପୁରୀ  ବିଧାୟକ ଜୟନ୍ତ ଷଡଙ୍ଗୀ, ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ପ୍ରକାଶ ସୋରେନ, ରାଜ୍ୟ ମୁଖପାତ୍ର ଠାକୁର ରଣଜିତ୍‍ ଦାସ, କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭୁବନାନନ୍ଦ ତ୍ରିପାଠୀ, ଜଗନ୍ନାଥ ପ୍ରଧାନ, ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଅନୁ ଚୈାଧୁରୀ, ସାଂସ୍କୃତିକ ପ୍ରକୋଷ୍ଠର ରାଜ୍ୟ ସଂଯୋଜକ ପଞ୍ଚାନନ ନାୟକ, ସଂଗୀତକାର ମନ୍ମଥ ମିଶ୍ରଙ୍କ ସମେତ ଦଳୀୟ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।
ଆଜି ସକାଳେ ରାଜ୍ୟ ସଭାପତି ଶ୍ରୀ ମହାନ୍ତି ଭୁବନେଶ୍ୱର ଏମ୍ସ ହସ୍ପିଟାଲ ପ୍ରାଙ୍ଗଣରେ ଥିବା ଅଟଳ ବିହାରି ବାଜପେୟୀଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହି ଅବସରରେ ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ବିରଞ୍ଚୀ ନାରାୟଣ ତ୍ରିପାଠୀ ଓ ଠାକୁର ରଞ୍ଜିତ ଦାସ, ଖୋର୍ଦ୍ଧା ଜିଲ୍ଲା ସଭାପତି ରଶ୍ମି ମହାପାତ୍ରଙ୍କ ସମେତ ଦଳୀୟ କାର୍ଯ୍ୟକର୍ତା ପ୍ରମୁଖ ଅଟଳଜୀଙ୍କ ସ୍ମୃତିଚାରଣ କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories