www.samajalive.in
Friday, December 5, 2025
26.1 C
Bhubaneswar

ସୋପିଆନ୍‌ରେ ଏନକାଉଣ୍ଟର; ଟଳିଲେ ଦୁଇ ଆତଙ୍କୀ

ଜାମ୍ମୁ: ଦକ୍ଷିଣ କାଶ୍ମୀରର ସୋପିଆନ ଜିଲା ଅନ୍ତର୍ଗତ ଇମାମ ସାହିର କନିଗାମ୍‌ ଗାଁରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏହି ଗୁଳିବିନିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସେନାର ୨ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ଗୁଳିବିନିମୟ ଶନିବାର ମଧ୍ୟାହ୍ନ ସୁଦ୍ଧା ଜାରି ରହିଥିବା ଖବର ମିଳିଛି। ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଅଞ୍ଚଳରେ ମୋବାଇଲ୍‌ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି।

କନିଗାମ୍‌ ଗାଁରେ ଆତଙ୍କବାଦୀମାନେ ଲୁଚି ରହିଥିବା ଖବର ମିଳିବା ପରେ ସେନା ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ଗାଁ ନିକଟ ଏକ ସେଓ ବଗିଚାରେ ଆତଙ୍କବାଦୀମାନେ ଲୁଚି ରହିଥିଲେ। ଯବାନମାନେ ଏହା ଜାଣିବା ପରେ ଉକ୍ତ ଅଞ୍ଚଳକୁ ଘେରାଉ କରି ସିଲ୍‌ କରିଦେଇଥିଲେ। ଆତଙ୍କବାଦୀମାନେ ଫସିଯିବା ପରେ ସେନା ଉପରକୁ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଫଳରେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଆରମ୍ଭ ହୋଇଯାଇଥିଲା।

- Advertisement -

ରାତିରେ ଆତଙ୍କବାଦୀମାନେ ଖସି ପଳାଇବାକୁ ଉଦ୍ୟମ କରିଥିଲେ। କିନ୍ତୁ ସଫଳ ହୋଇ ନ ଥିଲେ। ଉକ୍ତ ଆତଙ୍କବାଦୀମାନେ ସ୍ଥାନୀୟ ଅଲ୍‌ ବଦର ସଂଗଠନର ବୋଲି ଜଣାପଡ଼ିଛି। ଆଉ କିଛି ଆତଙ୍କବାଦୀ ସେଠାରେ ଲୁଚି ରହିଥିବାରୁ ଗୁଳିବିନିମୟ ଜାରି ରହିଥିବା ସୂଚନା ମିଳିଛି।

Hot this week

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

Related Articles

Popular Categories