www.samajalive.in
Saturday, December 13, 2025
27.1 C
Bhubaneswar

ପହିଲା ପର୍ଯ୍ୟନ୍ତ ଶୀତ

ଭୁବନେଶ୍ବର : ରାଜ୍ୟରେ ରାତ୍ରିର ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ଯୋଗୁଁ ରାଜ୍ୟର ସବୁଠୁ କମ ତାପମାତ୍ରା ଫୁଲବାଣୀରେ ୫.୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ୭ଟି ସ୍ଥାନରେ ରାତ୍ରିର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିଛି। ଦାରିଙ୍ଗବାଡି, କୋରାପୁଟ, ଭବାନୀପାଟଣା, ସୁନ୍ଦରଗଡ, କେନ୍ଦୁଝର ଏବଂ ଝାରସୁଗୁଡାରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ତେବେ ପାଗରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନଥିବାରୁ ଜାନୁଆରୀ ପହିଲା ପର୍ୟ୍ୟନ୍ତ ଶୀତ ଅନୁଭୂତ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।
ଆସନ୍ତା ୨ରୁ ୩ ଦିନ ପର୍ୟ୍ୟନ୍ତ ରାତ୍ରିର ସର୍ବନିମ୍ନ ତାପମାତ୍ରା ଅପରିବର୍ତ୍ତିତ ରହିବ। ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଜିଲାଗୁଡିକରେ ୨ରୁ ୩ଡିଗ୍ରୀ ସେଲସିୟସ୍‌ ରାତ୍ରିର ତାପମାତ୍ରା କମିବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆଗାମୀ ୫ଦିନ ପର୍ୟ୍ୟନ୍ତ ପାଗ ଶୁଖିଲା ରହିବ। ପାଗ ଅନୁକୂଳ ଥିବାରୁ ଆସନ୍ତାକାଲି ସକାଳ ସାଢେ ୮ଟା ମଧ୍ୟରେ ନୟାଗଡ, ମୟୂରଭଞ୍ଜ, ବୌଦ୍ଧ, ମାଲକାନଗିରି, କୋରାପୁଟ, ବଲାଙ୍ଗୀର, କଟକ ଏବଂ ସୁନ୍ଦରଗଡ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣ କୁହୁଡି ସମ୍ଭାବନା ରହିଛି। ୨୮ ତାରିଖରେ ନୟାଗଡ, ସୋନପୁର, ବୌଦ୍ଧ, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର, କଟକ, କେନ୍ଦୁଝର, ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡି ସମ୍ଭାବନା ରହିଛି। ଭୁବନେଶ୍ବରରେ ରାତ୍ରିର ସର୍ବନିମ୍ନ ତାପମାତ୍ରା ୧୩.୮ ଏବଂ କଟକରେ ୧୨ ଡିଗ୍ରୀ ରେକର୍ଡ କରାଯାଇଛି। ଆସନ୍ତାକାଲି ସକାଳେ ଉଭୟ ସହରରେ କୁହୁଡି ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories