www.samajalive.in
Friday, December 12, 2025
14.1 C
Bhubaneswar

ସରକାରୀ ସ୍କୁଲରେ ପାଠ ପଢିଲେ ଉଚ୍ଚ ଶିକ୍ଷା ପାଇଁ ସଂରକ୍ଷଣ : କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ  ନିଷ୍ପତ୍ତି

ଭୁବନେଶ୍ବର : ଚଳିତ ବର୍ଷର ଶେଷ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।

ସରକାରୀ ସ୍କୁଲରେ ପାଠ ପଢିଲେ ଉଚ୍ଚ ଶିକ୍ଷା ପାଇଁ ସଂରକ୍ଷଣ ମିଳିବ ବୋଲି କ୍ୟାବିନେଟରେ  ଗୁରୁତ୍ବପୂର୍ଣ୍ଣ  ନିଷ୍ପତ୍ତି ନିଆଯାଇଛି। ବିଶେଷ କରି ଡାକ୍ତରୀ ଓ ଇଂଜିନୟରିଂ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିବ। ଆଗାମୀ​ ଶିକ୍ଷା ବର୍ଷରୁ ଏହାକୁ ଲାଗୁ କରିବା ପାଇଁ ଏକ ସଂକଳ୍ପ କ୍ୟାବିନେଟରେ ପାରିତ ହୋଇଛି। ଏହାକୁ ଚଡାନ୍ତ ରୂପ ଦେବା ପାଇଁ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ କ୍ଷମତାପନ୍ନ କମିଟି ଗଠନ କରାଯିବ। ଏହି କମିଟିରେ ଖ୍ୟାତି ସଂପନ୍ନ ଶିକ୍ଷାବୀତଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ସଦସ୍ୟ ରହିବେ। ଏହି କମିଟି ୩ ମାସ ମଧ୍ୟରେ ତାଙ୍କର ରିପୋର୍ଟ ସରକାରଙ୍କୁ ପ୍ରଦାନ କରିବେ। ଫଳରେ କମିଟିର ସୁପାରିଶକୁ ଆଗାମୀ ଶିକ୍ଷା ବର୍ଷରୁ କାର୍ଯ୍ୟକାରୀ କରାଯାି ପାରିବ।

- Advertisement -

ସେହିପରି ଲୋକପ୍ରତିନିଧି ଏବଂ ସରକାରୀ କର୍ମଚାରୀଙ୍କ ପାଇଁ ବାର୍ଷିକ ସମ୍ପତ୍ତି ତାଲିକା ବାଧ୍ୟତା ମୂଳକ କରାଯାଇଛି। ସରପଞ୍ଚଙ୍କଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ପ୍ରତିବର୍ଷ ସେମାନଙ୍କର ସମ୍ପତ୍ତି ତାଲିକା ଦେବେ। ଏହାକୁ ଜନସାଧାରଣଙ୍କ ସୂଚନା ନିମନ୍ତେ ଏକ ପବ୍ଳିକ ଡୋମେନରେ ରଖାଯିବ। ସେହିଭଳି ସରକାରୀ କର୍ମଚାରୀମାନେ ଏଣ୍ଟ୍ରି ସ୍ତରରୁ ମୁଖ୍ୟ ଶାସନ ସଚିବଙ୍କ ପର୍ଯ୍ୟନ୍ତ ପ୍ରତିବର୍ଷ ସେମାନଙ୍କର ସଂମ୍ପତ୍ତି ତାଲିକା ଦେବେ ଏବଂ ଏହାକୁ ମଧ୍ୟ ଜନସାଧାରଣଙ୍କ ସୂଚନା ନିମନ୍ତେ ଏକ ପବ୍ଳିକ ଡୋମେନରେ ରଖାଯିବ। ଲୋକପ୍ରତିନିଧି ଏବଂ ସରକାରୀ କର୍ମଚାରୀଙ୍କ ବାର୍ଷିକ ସମ୍ପତ୍ତି ତାଲିକାର ଏକକିତା ନକଲ ଲୋକାୟୁକ୍ତଙ୍କ ପାଖକୁ ପଠାଯିବ।

ସେହିପରି ସ୍କୁଲ ପାଠ୍ୟକ୍ରମରେ ଓଡ଼ିଶାର ବରପୁତ୍ରଙ୍କ ଜୀବନୀ, କାର୍ଯ୍ୟ ଓ କୃତୀ ବିଷୟ ସ୍ଥାନ ପାଇବା ନେଇ କ୍ୟାବିନେଟରେ ପ୍ରସ୍ତାବରେ ପାରିତ ହୋଇଛି। ବିଶେଷ କରି ସପ୍ତମ, ଅଷ୍ଟମ ଓ ନବମ ଶ୍ରେଣୀ ପାଇଁ ସ୍ବତନ୍ତ୍ର ପ୍ରକ୍ରିୟାରେ ବିଷୟ ଚୟନ କରାଯିବ। ସେହିପରି ମେଧାବୀ ପିଲାଙ୍କୁ ସ୍ବତନ୍ତ୍ର ସମ୍ମାନ ଓ ବୃତ୍ତି ପ୍ରଦାନ କରାଯିବ।

ଅନ୍ୟପକ୍ଷରେ ବରପୁତ୍ରମାନଙ୍କ ଜନ୍ମସ୍ଥାନକୁ ଆଦର୍ଶ ଗ୍ରାମରେ ପରିଣତ କରାଯିବ ବୋଲି କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି।

 

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories