www.samajalive.in
Monday, December 8, 2025
27.1 C
Bhubaneswar

କିଷାନ କଂଗ୍ରେସ ପକ୍ଷରୁ କେନ୍ଦ୍ର କୃଷି ଆଇନକୁ ବିରୋଧ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବୌଦ୍ଧ : ବୌଦ୍ଧ ଜିଲ୍ଲା କିଷାନ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ କରାଯାଇଥିବା ନୂତନ କୃଷି ଆଇନକୁ ବିରୋଧ କରି ଏବଂ ଏହାକୁ ପ୍ରତ୍ୟାହାର କରାଯିବା ଦାବିରେ ଆନ୍ଦୋଳନରତ କୃଷକମାନଙ୍କୁ ସମର୍ଥନ କରି ବୌଦ୍ଧଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଦିନିକିଆ ଧାରଣା ଦିଆଯାଇଛି। ଜିଲ୍ଲା କିଷାନ କଂଗ୍ରେସ ସଭାପତି ରଘୁନାଥ ପଲିଆଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ କିଷାନ କଂଗ୍ରେସର ସଭାପତି ଅମୀୟ କୁମାର ପଟ୍ଟନାୟକ ଓ ଜିଲ୍ଲା କଂଗ୍ରେସ କମିଟିର ସଭାପତି ନବ କୁମାର ମିଶ୍ର ଯୋଗଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କିଷାନ କଂଗ୍ରେସର ସାଧାରଣ ସମ୍ପାଦକ ବୁଦ୍ଧଦେବ ପ୍ରଧାନ, କଂଟାମାଳ ନିର୍ବାଚନ ମଣ୍ଡଳୀର ବରିଷ୍ଠ ନେତା ପ୍ରଶାନ୍ତ କୁମାର ସାହୁ, ବରିଷ୍ଠ ନେତା କେଶବ କ୍ଷେତି, ସମରେଶ ମିଶ୍ର, ଛାତ୍ର କଂଗ୍ରେସ ସଭାପତି ବିକ୍ରମ ପ୍ରଧାନ, ପ୍ରଦିପ କୁମାର ଦାସଙ୍କ ସମେତ କିଷାନ କଂଗ୍ରେସର ବ୍ଲକ ସଭାପତି ଓ କର୍ମକର୍ତ୍ତାମାନେ ସାମିଲ ହୋଇଥିଲେ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories