www.samajalive.in
Saturday, December 13, 2025
26.1 C
Bhubaneswar

ଶାନ୍ତନୁ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ଶେଷକୃତ୍ୟ

ଭୁବନେଶ୍ବର: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ୱତନ୍ତ୍ର ସଙ୍ଗୀତ ସଂଯୋଜନା ଶୈଳୀ ମାଧ୍ୟମରେ ଚିଲିକା ତୀରେ, ଅଗ୍ନିପରୀକ୍ଷା ଓ ମେଘମୁକ୍ତି ଆଦି ଚଳଚ୍ଚିତ୍ରରେ ସେ ଛାଡି ଯାଇଥିବା ଛାପ ସର୍ବଦା ସ୍ମରଣୀୟ। ତାଙ୍କ ବିୟୋଗରେ ଓଡିଶା ତାର ଜଣେ ସୁଯୋଗ୍ୟ ସନ୍ତାନକୁ ହରାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ସ୍ବର୍ଗତ ଶାନ୍ତୁନ ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତ ମାହାପାତ୍ରଙ୍କୁ ଭାରତୀୟ ସଙ୍ଗୀତ ଜଗତର ଅମଳିନ ପ୍ରତିଭା ଭାବରେ ବର୍ଣ୍ଣନା କରିଛନ୍ତି। ଜଣେ ଗୀତିକାର ତଥା ସଙ୍ଗୀତ ନିର୍ଦ୍ଦେଶକ ଭାବରେ ସେ ତାଙ୍କ ପ୍ରତିଭାର ଉଜ୍ଜଳ ସ୍ବାକ୍ଷର ଛାଡି ଯାଇଛନ୍ତି। ସଙ୍ଗୀତ ପ୍ରତି ସାରା ଜୀବନ ସମର୍ପିତ ଥିଲେ। ତାଙ୍କ ନିର୍ଦେଶିତ ସଙ୍ଗୀତ ହିଁ ତାଙ୍କୁ ସବୁଦିନ ଅମର ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories