www.samajalive.in
Sunday, December 14, 2025
18.1 C
Bhubaneswar

ସହିଦ କୋଭିଡ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ବରରେ ହେବ ସ୍ମାରକୀ

 କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ବର:  ସହିଦ କୋଭିଡ଼ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ବରରେ ସ୍ଥାପନ ହେବ ସ୍ମାରକୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ଼ ଲଢ଼େଇରେ ସହିଦ ହୋଇଥିବା ବ୍ୟକ୍ତିମାନଙ୍କ ପରିବାର ସହ ଆଲୋଚନା କରିବା ଅବସରରେ ଏହି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ପରଲୋକଗତ ଯୋଦ୍ଧାଙ୍କ ପରିବାରକୁ ସମବେଦନା ଜଣାଇବା ସହ ସହିଦଙ୍କ ତ୍ୟାଗ କେବେ ବି ବିଫଳ ହେବ ନାହିଁ ଏବଂ ଏହି ଲଢ଼େଇରେ ଆମେ ବିଜୟୀ ହେବା ବୋଲି କହିଛନ୍ତି । ଏହାଛଡ଼ା ଭୁବନେଶ୍ବରରେ ସହିଦ ଯୋଦ୍ଧାଙ୍କ ତ୍ୟାଗର ସ୍ମୃତିରେ ଏକ ସ୍ମାରକୀ ସ୍ଥାପନ ହେବ ଏବଂ ଏଥିରେ ସମସ୍ତ କୋଭିଡ଼ ଯୋଦ୍ଧାଙ୍କ ନାମ ଲିପିବଦ୍ଧ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

- Advertisement -

ମୁଖ୍ୟମନ୍ତ୍ରୀ କହିଥିଲେ ଆପଣଙ୍କ ପରିବାରର ତ୍ୟାଗକୁ ଏ ଜାତି ସବୁବେଳେ ସମ୍ମାନର ସହ ମନେ ରଖିବ।୨୦୨୦ ଥିଲା ମାନବ ଇତିହାସର ଏକ ସଂକଟମୟ ବର୍ଷ । ସାରା ବିଶ୍ବ ସହ ଓଡିଶା ମଧ୍ୟ ଏହି ସଂକଟର ସାମନା କରିଛି ଏବଂ ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାଙ୍କ ନିଷ୍ଠା, ତ୍ୟାଗ ଓ ସେବା ଯୋଗୁ ଆମେ ଆଜି ଭଲ ସ୍ଥିତିରେ ରହିଛୁ ।  ଦୁଃଖର କଥା ଯେ ଏହି ଯୁଦ୍ଧରେ ଆମର ୧୦୦ରୁ ଅଧିକ କୋଭିଡ ଯୋଦ୍ଧା ସହିଦ ହୋଇଛନ୍ତି ।ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଥିଲେ।

ସହିଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରକାର ଆପଣମାନଙ୍କ ସହିତ ଅଛନ୍ତି । ଏ ଶୂନ୍ୟତା କେବେ ବି ପୂରଣ କରିହେବ ନାହିଁ। ଆମେ କେବଳ ଆପଣମାନଙ୍କୁ ଏତିକି ସହାୟତା କରିପାରିବୁ ଯେଉଁଥିରେ ସେମାନଙ୍କୁ ପରିବାରର ସଦସ୍ୟଙ୍କ ପରଲୋକ ଯୋଗୁ ଯେପରି ଆପଣଙ୍କ ପରିବାର କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି । ସରକାର ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ବାସନା ଦେଇଥିଲେ।
ମାଲକାନଗିରି, କଟକ, ବରଗଡ, ବାଲେଶ୍ବର ଓ ଗଞ୍ଜାମରେ ଉପସ୍ଥିତ  କୋଭିଡ ଯୋଦ୍ଧାଙ୍କ ପରିବାର ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ଶହୀଦ ମାନଙ୍କ ପରିବାରବର୍ଗ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧା ଓ ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ।

ଏହି ଅବସରରେ ମୁଖ୍ୟ ଶାସନ ସଚିବ  ଅସିତ ତ୍ରିପାଠୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବ ଓ ତତ୍ତ୍ବାବଧାନରେ ଓଡିଶା ସଫଳତାର ସହ କୋଭିଡ ଯୁଦ୍ଧର ମୁକାବିଲା କରିପାରିଛି । ୧୦ ଲକ୍ଷ ପ୍ରବାସୀ ଓଡିଆଙ୍କ ଆଗମନ ସମୟରେ ରାଜ୍ୟର ପରିଚାଳନା ଉଲ୍ଲେଖନୀୟ ଥିଲା ବୋଲି ସେ କହିଥିଲେ । ଆମର ସଠିକ ଯୋଜନା ଓ ସମସ୍ତ କର୍ମଚାରୀଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ କୋଭିଡ ଯୁଦ୍ଧରେ ସଫଳତା ମିଳିପାରିଛି ବୋଲି ସେ କହିଥିଲେ ।
ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ।ପି.କେ. ମହାପାତ୍ର କହିଥିଲେ ଯେ ଓଡିଶା ଅତ୍ୟନ୍ତ ସଫଳତାର ସହ କୋଭିଡ ଯୁଦ୍ଧର ମୁକାବିଲା କରିଛି। ଏଥିରେ ୧୦୧ ଜଣ କୋଭିଡ ଯୋଦ୍ଧା ଶହୀଦ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ୯୬ ଜଣ ଶହୀଦଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଲେଖାଏ ସହାୟତା ଦିଆଯାଇଛି। ଆସନ୍ତା ୨ ଦିନ ମଧ୍ୟରେ ବାକି ୫ ଜଣ ଶହୀଦଙ୍କ ପରିବାରକୁ ସହାୟତା ଦିଆଯିବ।
ଏହି କାର୍ଯ୍ୟକ୍ରମରେ କୋଭିଡ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ସଂପର୍କରେ ଏକ ଭିଡିଓ ଚିତ୍ର ପଦର୍ଶନ କରାଯାଇଥିଲା। ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ।ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories