ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୦,୦୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୨,୮୬,୭୧୦ରେ ପହଞ୍ଚିଛି। ଦେଶରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୫୪,୨୫୪ ରହିଛି।
ସେହିପରି ଦେଶରେ କରୋନା ଜନିତ ଆରୋଗ୍ୟ ସଂଖ୍ୟା ୯୮,୮୩,୪୬୧କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୬ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ, ଫଳରେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧, ୪୮, ୯୯୪କୁ ବୃଦ୍ଧି ପାଇଛି।



