www.samajalive.in
Saturday, December 13, 2025
27.1 C
Bhubaneswar

ଉତ୍ତରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; କଣ୍ଟେନର ,ବସ ଧକ୍କା ୪ମୃତ

ଲକ୍ଷେ୍ନø : ନବବର୍ଷରେ ଏକ ଦୁଃଖଦ ଘଟଣା ଘଟିଛି। ଉତ୍ତରପ୍ରଦେଶର ଲକ୍ଷେ୍ନø-ଆଗ୍ରା ଏକ୍ସପ୍ରେସ ୱେରେ ଔରାସ ଥାନା ଅନ୍ତର୍ଗତ ମେନିଭାବା ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଶୁକ୍ରବାର ଜଣାପଡ଼ିଛି। ଘନ କୁହୁଡ଼ିରେ ଏକ କଣ୍ଟେନର ସହ ବସର ଧକ୍କା ହେବା ଫଳରେ ବସର ୪ ଯାତ୍ରୀଙ୍କ ମୃତ୍ୟୁ ହେବା ସହ ୩ ଜଣଙ୍କ ଅବସ୍ଥା ଗୁରୁତର ହୋଇଛି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, କୁହୁଡି କାରଣରୁ ରାସ୍ତା କଡ଼ରେ ଠିଆ ହୋଇଥିବା କଣ୍ଟେନର ସହ ବସଟି ପଛପଟୁ ଧକ୍କା ଦେଇଥିଲା। ଫଳରେ ବସର ଅଧିକାଂଶ ଅଂଶ କଣ୍ଟେନର ମଧ୍ୟକୁ ପଶି ଯାଇଥିଲା। ଦୁର୍ଘଟଣା ମାତ୍ରକେ ଯାତ୍ରୀମାନେ ଆଖିପିଛୁଳାକେ ବସରୁ ଡେଇଁ ପଡିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Hot this week

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

Related Articles

Popular Categories