www.samajalive.in
Sunday, December 7, 2025
26.1 C
Bhubaneswar

ଶୀତ ଲହରୀ ୪୮ ଘଣ୍ଟା

ଭୁବନେଶ୍ବର: ରାଜ୍ୟରେ ରାତ୍ରିର ସର୍ବନିମ୍ନ ତାପମାତ୍ରା ଅପରିବର୍ତ୍ତି ରହିବା ଯୋଗୁଁ ଶୀତ ଲହରୀ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ କମ ଫୁଲବାଣୀରେ ୮.୫ ଡିଗ୍ରୀ ରେକର୍ଡ କରାଯାଇଛି। ଦାରିଙ୍ଗବାଡିରେ ୮.୮ ଏବଂ ବାରିପଦାରେ ୯.୪ ଡିଗ୍ରୀ ସେଲସିୟସ୍‌ ରହିଛି। ଅନ୍ୟାନ୍ୟ ସ୍ଥାନରେ ପାରଦ ୧୦ ଡିଗ୍ରୀ ଉପରେ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଦୁଇଦିନ ପର୍ୟ୍ୟନ୍ତ ରାତ୍ରିର ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏହି ସମୟରେ ଶୀତ ଲହରୀ ଜାରି ରହିବ। ପରବର୍ତ୍ତୀ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତାପମାତ୍ରା ବୃଦ୍ଧି ଯୋଗୁଁ ମଙ୍ଗଳବାରଠାରୁ ସାମାନ୍ୟ ଶୀତ କମିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତା ଦୁଇଦିନ ୧୦ ଜିଲାରେ ଘନ କୁହୁଡି ଅନୁଭୂତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜିଲାଗୁଡିକୁ ‌‌ୟେଲୋ ୱାର୍ଣ୍ଣିଂ ଜାରି କରିଛି। ପାଣିପାଗ ବିଭାଗର ପରାମର୍ଶକ୍ରମେ ଏସ୍‌ଆରସି ସମସ୍ତ ଜିଲାପାଳ, ଏସ୍‌ପି, ପୁଲିସ୍‌ ଏବଂ ପରିବହନ କମିସନଙ୍କୁ ସତର୍କ ରହିବା ପାଇଁ ନିର୍ଦେଶ ଦେଇଛନ୍ତି। ୩ ତାରିଖ ସକାଳ ସାଢେ ୮ଟା ମଧ୍ୟରେ ଅନୁଗୋଳ, କଟକ, ଜଗତସିଂହପୁର, ଭଦ୍ରକ ଏବଂ କନ୍ଧମାଳ ଜିଲାରେ ଘନ କୁହୁଡି ଅନୁଭୂତ ହେବାର ସମ୍ଭାବନା ରହିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories