www.samajalive.in
Sunday, December 7, 2025
15.1 C
Bhubaneswar

ସର୍ବସାଧାରଣ ଭକ୍ତଙ୍କ ପାଇଁ ଖୋଲିଲା ବାବା ଆଖଣ୍ଡଳମଣିଙ୍କ ମନ୍ଦିର

ଆରଡି :  ମହାମାରୀ କରୋନା ପାଇଁ ଦୀର୍ଘ ୧୦ମାସ ହେବ ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡି ଧାମର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ବନ୍ଦ ରହିଥିବାରୁ ଶ୍ରଦ୍ଧାଳୁ ଭକ୍ତମାନେ ବାବାଙ୍କ ଦର୍ଶନ ପାଇ ପାରୁନଥିଲେ। ମନ୍ଦିର ଖୋଲିବା ଓ ଦର୍ଶନ ପାଇଁ ବିଭିନ୍ନ ମହଲରୁ ବାରମ୍ବାର ଦାବି ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ  କୋଭିଡ ନିୟମ ଅନୁଯାୟୀ ମନ୍ଦିର ଖୋଲିବା ପାଇଁ ଜିଲା ପ୍ରଶାସନକୁ ଦାୟିତ୍ୱ ଦିଆଯାଇଥିଲା।
ସର୍ବପ୍ରଥମେ ମନ୍ଦିରର ସେବାୟତ ପରିବାର ଓ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦର୍ଶନ ନିମନ୍ତେ ମନ୍ଦିର ଖୋଲା ଯାଇଥିବା ବେଳେ ଆଜି ରବିବାର ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଖୋଲିଛି ମଣିବାବାଙ୍କ ମନ୍ଦିର। ମନ୍ଦିରର ଦୈନନ୍ଦିନ ନୀତିକାନ୍ତି ପୂର୍ବପରି କରାଯିବା ସହିତ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ନିମନ୍ତେ ମନ୍ଦିରର ଦ୍ୱାର ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଖୋଲା ରହିବ ବୋଲି ମନ୍ଦିର ଓ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଏପରିକି କୋଭିଡ ନିୟମ ଅନୁଯାୟୀ ଶ୍ରଦ୍ଧାଳୁମାନେ ଦର୍ଶନକୁ ଯିବା ସମୟରେ ମାକ୍ସ ପିନ୍ଧିବା ଓ ସାମାଜିକ ଦୂରତା ମଧ୍ୟରେ ଯିବା ପାଇଁ  ମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ମନ୍ଦିର ମଧ୍ୟକୁ କୌଣସି ପୂଜାସାମଗ୍ରୀ ଓ ଦୀପ ନେବା ଉପରେ ପ୍ରଶାସନ  ପକ୍ଷରୁ ରୋକ ଲଗାଯାଇଛି।

୧୦ ବର୍ଷରୁ କମ ଶିଶୁ ଓ ୬୫ ବର୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଇଛି । ଏହାସହ ମନ୍ଦିର ବେଢା ମଧ୍ୟରେ କୌଣସି ମାଙ୍ଗଳିକ କାର୍ୟ୍ୟ ଓ ପୂଜାର୍ଚ୍ଚନା କରିବା, ପ୍ରସାଦ ସେବନ କରିବା ପାଇଁ ବାରଣ କରାଯାଇଛି। ଦୀର୍ଘମାସ ପରେ ମନ୍ଦିର ଖୋଲୁଥିବାରୁ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାରିକେଡ ନିର୍ମାଣ କରାଯାଇଥିବା ବେଳେ ଥର୍ମାଲ ସ୍କାନିଂ ଓ ସାନିଟାଇଜ ନିମନ୍ତେ ବ୍ୟବସ୍ଥା କରାଯାଇଛି। ସେହିପରି ଦର୍ଶନାର୍ଥୀଙ୍କ ମଧ୍ୟରେ ଯଦି କୌଣସି ବ୍ୟକ୍ତିଙ୍କର କରୋନା ଲକ୍ଷଣ ଦେଖାଯାଏ ତାହାଲେ କୋଭିଡ ଟେଷ୍ଟ ପାଇଁ ମନ୍ଦିର ପରିସରରେ ଅସ୍ଥାୟୀ କୋଭିଡ ପରିକ୍ଷଣ କେନ୍ଦ୍ର ଖୋଲାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories