www.samajalive.in
Monday, December 15, 2025
16.1 C
Bhubaneswar

ଅନୁଗୋଳ ନାଲ୍‌କୋ ପ୍ଲାଣ୍ଟର ଉତ୍ପାଦନ କ୍ଷମତା ୧ ନିୟୁତ ଟନ୍‌କୁ ବୃଦ୍ଧି ପାଇଁ କେନ୍ଦ୍ର ଖଣି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ଵର: ଅନୁଗୋଳ ଜିଲାରେ ଥିବା ନାଲ୍‌କୋ (ନ୍ୟାଶନାଲ ଆଲୁମିନିୟମ କମ୍ପାନୀ)ର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ନିୟୁତ ଟନ୍‌ରୁ ୧ ନିୟୁତ ଟନକୁ ବୃଦ୍ଧି କରିବା ଲାଗି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରସ୍ତାବ ଦେଇଛନ୍ତି। ଏ ନେଇ ଧର୍ମେନ୍ଦ୍ର କେନ୍ଦ୍ର ଖଣି, କୋଇଲା ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ ସହିତ ଆଲୋଚନା କରିବା ପରେ ତାଙ୍କୁ ଚିଠି ଲେଖିଛନ୍ତି। ସେହିପରି ଅନୁଗୋଳ ଜିଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍‌ ପାୱାର ପ୍ଲାଣ୍ଟ ଆରମ୍ଭ କରିବାକୁ ମଧ୍ୟ ଧର୍ମେନ୍ଦ୍ର ଚିଠିରେ ପ୍ରସ୍ତାବ ଦେଇଛନ୍ତି।

ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ନାଲ୍‌କୋ ଏହାର ଉତ୍ପାଦନ କ୍ଷମତା ବାର୍ଷିକ ୧ ନିୟୁତ ଟନ୍‌କୁ ବୃଦ୍ଧି କରିବା ପାଇଁ ଅନୁଗୋଳ ଜିଲାରେ ଆଲୁମିନିୟମ ସ୍ମେଲଟର ପ୍ଲାଣ୍ଟ ଲାଗି ବ୍ରାଉନଫିଲ୍ଡ ସମ୍ପ୍ରସାରଣ  ପ୍ରକଳ୍ପ ଆରମ୍ଭ କରୁଛି। ଏହି ପ୍ରକଳ୍ପରେ ୧୪୦୦ ମେଗାୱାଟ ଫିଡର କ୍ୟାପଟିଭ୍‌ ପାୱାର ପ୍ଲାଣ୍ଟ ନିର୍ମାଣ ଅନ୍ତର୍ଭୁକ୍ତ ରହିଛି। ଏହି ପ୍ରକଳ୍ପର ଆନୁମାନିକ ମୂଲ୍ୟ ୨୨ ହଜାର କୋଟି ଥିବାବେଳେ ଏହା ବର୍ତ୍ତମାନ ଜମି ଅଧିଗ୍ରହଣ ପର୍ଯ୍ୟାୟରେ ରହିଛି।

- Advertisement -

ଚିଠିରେ ଉଲ୍ଲେଖ କରାଯାଇଛି ଯେ, ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମ ହେବା ପରେ ନାଲ୍‌କୋର ବକ୍ସାଇଟ୍‌ ଉତ୍ପାଦନ କ୍ଷମତା ବାର୍ଷିକ ୭.୩ ନିୟୁତ ଟନରୁ ୧୦.୫ ନିୟୁତ ଟନ୍‌କୁ ବୃଦ୍ଧି ପାଇବ। ଏହା ମଧ୍ୟରୁ ଆଲୁମିନାର ବାର୍ଷିକ କ୍ଷମତା ୩.୧ ନିୟୁତ ଟନ୍‌ ଧାରଣ କରିଥିବାବେଳେ ଏଥିରୁ ବାର୍ଷିକ ୧.୫ ନିୟୁତ ଟନ ଆଲୁମିନିୟମ ଉତ୍ପାଦନ ହେବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ଆଲୁମିନିୟମ ତରଳିବା ଏକ ଅତ୍ୟଧିକ ଶକ୍ତି ନିବାରଣ ପ୍ରକ୍ରିୟା ଏବଂ ଏହି ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପର ସାମ୍ଭାବ୍ୟ ୧୪୦୦ ମେଗାୱାଟ୍‌ ଫିଡର କ୍ୟାପଟିଭ୍‌ ପାୱାର ପ୍ଲାଣ୍ଟରେ ନିରନ୍ତର କୋଇଲା ଯୋଗାଣ ଉପରେ ନିର୍ଭର କରିଥାଏ।

ଏହି ପରିପ୍ରେକ୍ଷୀରେ ଅନୁଗୋଳରେ ଆଲୁମିନାର ପ୍ରଚୁର ଉପଲବ୍ଧିକୁ ଦୃଷ୍ଟିରେ ରଖି ଅନୁଗୋଳ ନାଲକୋର ଆଲୁମିନିୟମ ସ୍ମେଲଟର ପ୍ଲାଣ୍ଟର ଉତ୍ପାଦନ କ୍ଷମତା ୦.୪୬ ନିୟୁତ ଟନରୁ ୧ ନିୟୁତ ଟନକୁ ବୃଦ୍ଧି କରିବା ପାଇଁ ଧର୍ମେନ୍ଦ୍ର ପ୍ରସ୍ତାବ ଦେଇଛନ୍ତି। ସେହିପରି ଅନୁଗୋଳ ଜିଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍‌ ପାୱାର ପ୍ଲାଣ୍ଟ ଆରମ୍ଭ କରିବାକୁ ସେ ପ୍ରସ୍ତାବ ଦେଇଛନ୍ତି। ଏହାଦ୍ବାରା ସ୍ମେଲଟର ୟୁନିଟ ଏବଂ କୋଇଲା ବ୍ଲକ ଲଜିଷ୍ଟିକ ଦକ୍ଷତା ଦ୍ବାରା ଉପକୃତ ହେବ ବୋଲି ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories