www.samajalive.in
Sunday, December 7, 2025
16.1 C
Bhubaneswar

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ 

ନବରଙ୍ଗପୁର: ନବରଙ୍ଗପୁର ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷଠାରେ ଆଜି ଜିଲ୍ଲାସ୍ତରୀୟ ନୋଡାଲ ଅଧିକାରୀମାନଙ୍କ ସହିତ ଏକ ସମୀକ୍ଷା ବୈଠକ ଜିଲ୍ଲାପାଳ ଡାକ୍ତର ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନୋଡାଲ ଅଧିକାରୀ, ପିଡି ଡିଆରଡିଏ ରମାକାନ୍ତ ନାୟକ, ଉପ ଜିଲ୍ଲାପାଳ ଭାସ୍କର ରୋଇତ, ଅତିରିକ୍ତ ଉପ ଜିଲ୍ଲାପାଳ, ନିର୍ବାହୀ ଯନ୍ତ୍ରୀ ଜିଲ୍ଲା ଜଳ ଓ ପରିମଳ ବିଭାଗ ଅମରେନ୍ଦ୍ର ପାଢ଼ୀ, ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟନାୟକ, ଜିଲ୍ଲା ଶ୍ରମ ଅଧିକାରୀ, ନରେନ୍ଦ୍ର କୁମାର ଗଇପାଇ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଶିଶିର କୁମାର ପାଣିଙ୍କ ବ୍ୟତୀତ ଜିଲ୍ଲା ପଶୁସମ୍ପଦ ବିଭାଗ ଅଧିକାରୀ ନାରାୟଣ ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିହାଲ, ଉପ ଆରକ୍ଷୀ ଅଧୀକ୍ଷକ ଚନ୍ଦ୍ରଶେଖର ହୋତା ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ । ବୈଠକରେ ନବରଙ୍ଗପୁର ଜିଲ୍ଲାରେ ସରକାରଙ୍କ କାର୍ୟ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ ଓ ବିକାଶ ମୁଖୀ କାର୍ୟ୍ୟକ୍ରମ ଏବଂ ମୋ ଉପକାରୀ ବଗିଚା ପ୍ରକଳ୍ପର ସମୀକ୍ଷା କରାଯାଇଥିଲା। ଏହି କାର୍ୟ୍ୟର ଆଶାନୁରୂପକ ଅଗ୍ରଗତି ହୋଇ ନ ଥିବାରୁ ତୀବ୍ର ଅସନ୍ତୋଷ ପ୍ରକାଶ କରି କାର୍ୟ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ସମ୍ପୃକ୍ତ ଅଧିକାରୀ ଏବଂ ଜିଲ୍ଲାସ୍ତରୀୟ ନୋଡାଲ ଅଧିକାରୀମାନଙ୍କୁ ନିଜ ନିଜ ବ୍ଲକରେ ଗସ୍ତ ସମୟରେ ନିଶ୍ଚିତ ଭାବେ ସମୀକ୍ଷା ବୈଠକ କରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।

ବୈଠକରେ ଜିଲ୍ଲାସ୍ତରୀୟ କୋଭିଡ-୧୯ ଆଗାମୀ ଟୀକାକରଣ ଆନୁସଙ୍ଗିକ ସୁବ୍ୟବସ୍ଥା ସମ୍ପର୍କରେ ମଧ୍ୟ ବିଶଦ ଭାବରେ ଆଲୋଚନା କରାଯିବା ସହିତ ପାୱାର ପଇଁଟ ମାଧ୍ୟମରେ ଉପସ୍ଥିତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ଅବଗତ କରାଯାଇଥିଲା । ସରକାରଙ୍କ ନିର୍ଦ୍ଦେଶ ମୁତାବକ କୋଭିଡ଼-୧୯ର ମାର୍ଗଦର୍ଶିକା ପାଳନ କରିବା ସହିତ ବିଭାଗୀୟ ଏସୋପି ପାଳନ କରି ସ୍କୁଲ ଖୋଲିବା ବିଷୟରେ ଜିଲ୍ଲା ଶିକ୍ଷା ଅଧିକାରୀ ସମ୍ୟକ ସୂଚନା ଦେଇଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories