www.samajalive.in
Sunday, December 7, 2025
26.1 C
Bhubaneswar

ବନ ବିଭାଗ ପକ୍ଷରୁ ବଡ଼ ଧରଣର ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ଜବତ

ପାଟଣା : ପାଟଣା ବନାଞ୍ଚଳ ଅନ୍ତର୍ଗତ ଦୁଆଘାଟ ଗ୍ରାମର ଦେବବ୍ରତ ରାଉତଙ୍କ ଘର ଉପରେ ଆଜି ସକାଳୁ ସକାଳୁ କେନ୍ଦୁଝର ଓ ପାଟଣା ବନ ବିଭାଗ ପକ୍ଷରୁ ତୁରୁମୁଙ୍ଗା ପୁଲିସ୍ ସହାୟତାରେ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ଲକ୍ଷାଧିକ ଟଙ୍କାର କାଠ ଜବତ କରାଯାଇଛି। ବନ ବିଭାଗ ଏ.ସି.ଏଫ୍ ଘନଶ୍ୟାମ ମହାନ୍ତ, ପାଟଣା ରେଞ୍ଜର ପବିତ୍ର ମୋହନ ନାଏକ, ତୁରୁମୁଙ୍ଗା ଥାନାଧିକାରୀ ସୁଶାନ୍ତ ମଣି ମହାନ୍ତିଙ୍କ ନେତୃତ୍ୱରେ ବନ ବିଭାଗ ଓ ପୋଲିସର ୪୫ ଜଣିଆ ଟିମ୍ ଏହି ଚଢ଼ାଉରେ ସାମିଲ ଥିଲେ। ଜବତ କାଠ ମଧ୍ୟରେ ଶାଳ, ପିଆଶାଳ ପଟା, ଲଗ, ଚଉକାଠ ଆଦି ଥିବାବେଳେ ଜବତ କାଠଗୁଡ଼ିକର ପ୍ରକୃତ ମୂଲ୍ୟ ପାଖାପାଖି ୨ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories