www.samajalive.in
Sunday, December 7, 2025
26.1 C
Bhubaneswar

ରାଜନଗର ହାଇସ୍କୁଲରେ ପ୍ରଧାନ ଶିକ୍ଷକ ନିଯୁକ୍ତି ନହେଲେ ସ୍କୁଲରେ ତାଲା ମାରିବାକୁ ଚେତାବନୀ

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ରାଜନଗର ଉଚ୍ଚ ବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ଧରି ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି । ୧୯୫୮ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରୁ ଶିକ୍ଷା ଲାଭ କରି ଅତୀତରେ ବହୁ ଛାତ୍ରଛାତ୍ରୀ ଉଚ୍ଚ ଶିକ୍ଷିତ ହେବା ସହ ବହୁ ଉଚ୍ଚ ପଦ ପଦବୀରେ ଅବସ୍ଥାପିତ ହୋଇଛନ୍ତି । ତେବେ ଦୀର୍ଘ ୮ ବର୍ଷ ହେଲା ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଥିବା ବେଳେ କ୍ରୀଡା ଶିକ୍ଷକ ଓ ପିଅନ ପଦବୀ ମଧ୍ୟ ଖାଲି ପଡିଛି । ଏବେ ଏହି ବିଦ୍ୟାଳୟରେ ୧୫୮ ଜଣ ଛାତ୍ରଛାତ୍ରୀ ପାଠ ପଢ଼ୁଛନ୍ତି । ଆଗକୁ ସମସ୍ତ ସ୍କୁଲ ଖୋଲିବାକୁ ଥିବା ବେଳେ ବିଦ୍ୟାଳୟରେ ପାଠପଢା ସହ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଦାୟିତ୍ୱ ନେବା ପାଇଁ ଖୁବ୍ ଶୀଘ୍ର ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ନିଯୁକ୍ତି ପାଇଁ ଅଞ୍ଚଳବାସୀ ଦୃଢ଼ ମତ ରଖିଛନ୍ତି । ଜାନୁଆରୀ ୨୦୨୧ ମଧ୍ୟରେ ପ୍ରଧାନ ଶିକ୍ଷକ ନିଯୁକ୍ତି କରା ନ ଗଲେ ଅଭିଭାବକମାନେ ବିଦ୍ୟାଳୟରେ ତାଲା ମାରିଦେବେ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories