www.samajalive.in
Monday, December 8, 2025
27.1 C
Bhubaneswar

ପତ୍ନୀଙ୍କୁ ନିର୍ଯ୍ୟାତନା ଅଭିଯୋଗରେ ଗୁଜରାଟ ବାସିନ୍ଦା ସ୍ବାମୀ ଗିରଫ

ପାଟଣା : ଗତ ୨୦୧୫ରେ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସାନ୍ତରାପୁର ଗ୍ରାମର କୌଶଲ୍ୟା ମହାନ୍ତ(୨୪) ଗୁଜରାଟ ରାଜ୍ୟ ଦ୍ୱାରକା ଜିଲ୍ଲା ଭାନବାଦ ଥାନା ଭାନାଭଡ ଗ୍ରାମର ହରେଶ ଭାଇ ରାଠୋର(୩୫)ଙ୍କୁ ବିବାହ କରିଥିବାବେଳେ ଗତ ରବିବାର ଗ୍ରାମକୁ ଫେରିଥିବା କୌଶଲ୍ୟା ଘଟଗାଁ ପୁଲିସ ନିକଟରେ ସ୍ଵାମୀଙ୍କ ବିରୋଧରେ ନିର୍ଯ୍ୟାତନା ଅଭିଯୋଗ ଆଣିଥିଲେ। ଫାଣ୍ଡି ଅଧିକାରୀ ସତ୍ୟନାରାୟଣ ପରିଡ଼ା ଘଟଣାର ତଦନ୍ତ କରିଥିଲେ। ପତ୍ନୀଙ୍କ ଚରିତ୍ରକୁ ସନ୍ଦେହ କରିବା, ପତ୍ନୀଙ୍କୁ ମାରଧର କରିବା, ଯୌତୁକ ନିର୍ଯ୍ୟାତନା ଦିଆଯିବା ସହ ଜୀବନରୁ ମାରିଦେବା ପାଇଁ ଧମକ ଦେଉଥିବା ଅଭିଯୋଗରେ ହରେଶ ଭାଇ ରାଠୋରଙ୍କୁ ଆଜି ସାନ୍ତରାପୁର ଗ୍ରାମରୁ ପୁଲିସ ଗିରଫ କରିଛି। ପତ୍ନୀଙ୍କ ସହ ଶ୍ଵଶୁର ଘରକୁ ଆସି ଜ୍ବାଇଁ ପତ୍ନୀକୁ ନିର୍ଯ୍ୟାତନା ଅଭିଯୋଗରେ ଗିରଫ ହେବା ଘଟଣା ଏଠାରେ ଚର୍ଚ୍ଚାର ପ୍ରସଙ୍ଗ ହୋଇଛି।

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories