www.samajalive.in
Saturday, December 13, 2025
26.1 C
Bhubaneswar

ବୁଧବାର ରାଶିଫଳ ( ୦୬-୦୧-୨୦୨୧ )

ମେଷ: ଶତ୍ରୁ ପରାଜିତ କରିପାରନ୍ତି। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଶୁଭ ସମାଚାର ପାଇ ଖୁସି ହେବେ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।

ବୃଷ: ପଢ଼ା ପଢ଼ିରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତ ହେବେ। ଶୁଭ ସମାଚାର ଶୁଣି ଅତ୍ୟନ୍ତ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନ ଲାଭର ସୂଚନା ମିଳୁଛି। ଅସୁସ୍ଥ ଦେଖା ଦେଇ ପାରେ।

- Advertisement -

ମିଥୁନ: ପରିଶ୍ରମ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ। ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ସ୍ବାଭିମାନୀ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତି। ଗୃହ ପରିବେଶ ଉତ୍ତମମାନର ହେବ। ଶତ୍ରୁନାଶ କରିପାରନ୍ତି।

କର୍କଟ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଭଗବତପ୍ରେମୀ ହେବେ। ଦେବ ଦର୍ଶନ ଶୁଭଦାୟକ ହେବ। ଅଶାନ୍ତିର ମାତ୍ରା ହ୍ରାସ ହେବ। ସରକାରୀ ସ୍ତରରୁ ଲାଭ ଉଠାଇବାକୁ ପାରଙ୍ଗମ ହେବେ।

ସିଂହ: ଦୁଃସମ୍ବାଦ ଶୁଣି ବିଷାଦିତ ହୋଇପାରନ୍ତି। ତ୍ୟାଗପୁତ ମନୋବୃତ୍ତିର ହୋଇପାରନ୍ତି। ନୀତିନିଷ୍ଠ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। ଚଞ୍ଚଳମନା ହେବେ। ସନ୍ତୁଷ୍ଟ ଚିତ୍ତଯୁକ୍ତ ହୋଇପାରନ୍ତି। କୀର୍ତ୍ତିମାନ୍‌ ଓ ସହିଷ୍ଣୁ ହେବେ।

କନ୍ୟା: ଭଲ ରୋଜଗାର ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ନୂଆ ବନ୍ଧୁ ଜୁଟିବେ। ଚିନ୍ତାଧାରା ଉନ୍ନତମାନର ହେବ।

ତୁଳା: ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। ନାନା ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ଧର୍ମ କାର୍ଯ୍ୟରେ ଧନବ୍ୟୟ କରିପାରନ୍ତି। ଛଳପୂର୍ଣ୍ଣ କଥାରେ ପରକୁ ଆପଣାର କରିପାରନ୍ତି। ପ୍ରିୟଭାଷୀ ଓ ଧନ-ବାହାନଯୁକ୍ତ ହେବେ।

ବିଛା: ସୁସମ୍ବାଦ ପାଇ ଖୁସି ହେବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ନାନାବିଧ ସମ୍ମାନର ଅଧିକାରୀ ହେବେ। ଯାନବାହନ ସୁଖ ଭୋଗ କରିପାରନ୍ତି।

ଧନୁ: ଶୁଭ ସମାଚାର ମିଳିପାରେ। କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଧାର୍ଯ୍ୟ ହୋଇଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ସରକାରୀ ଧନ ମିଳିପାରେ। ଗୁଣଜ୍ଞ ହେବେ।

ମକର: କାର୍ଯ୍ୟରେ ସଫଳତା ଲାଭ କରିବେ। ଅଧିକ କ୍ଷମତାର ଅଧିକାରୀ ହୋଇ ତା’ର ସଦ୍‌ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରବଚନ ଶୁଣିବେ। ମନରେ ଭୟର ସଞ୍ଚାର ହୋଇପାରେ। ଦୁଃଖ ନାଶ ହେବ।

କୁମ୍ଭ: ସଙ୍ଗୀତପ୍ରିୟ ହେବେ। ଉପଯୁକ୍ତ କର୍ମାନୁରକ୍ତ ହୋଇପାରନ୍ତି। ଯଶସ୍ବୀ ହେବେ। ଧନଶାଳୀ ହୋଇପାରନ୍ତି। ସରକାରୀ ଧନ ମିଳିପାରେ। ଉପରୋକ୍ତ ଶୁଭ ସମୟ ଥିଲେ ବି ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ।

ମୀନ: ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବା ସହିତ ଆନନ୍ଦ ଉପଭୋଗ କରିପାରନ୍ତି। ବନ୍ଧୁ ସହଯୋଗ ମିଳିପାରେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories