www.samajalive.in
Sunday, December 7, 2025
16.1 C
Bhubaneswar

ଆରଏସପି ଗ୍ୟାସ୍ ଲିକ୍ ଯୋଗୁଁ ୪ ମୃତ ଘଟଣା : ୨ ଡିଜିଏମ୍ ନିଲମ୍ବିତ

ରାଉରକେଲା: ରାଉରକେଲା ଇସ୍ପାତ କାରଖାନାରେ ଗ୍ୟାସ୍ ଲିକ୍ ହୋଇ ୪ ଶ୍ରମିକ ମୃତ୍ୟୁ ଘଟଣାରେ ୨ ଜଣ ଡିଜିଏମଙ୍କୁ ନିଲମ୍ବିତ କରାଯାଇଛି। ଦୁଇ ନିଲମ୍ବିତ ମ୍ୟାନେଜର ହେଲେ ଏନର୍ଜି ମ୍ୟାନେଜମେଣ୍ଟ ବିଭାଗର ଜି. ବାରିକ ଏବଂ କୋଲ୍ କେମିକାଲ ବିଭାଗର ଡିଜିଏମ୍ ଏମ୍. ଦାସ । କର୍ତ୍ତବ୍ୟରେ ଅବହେଳା ପାଇଁ ଉଭୟଙ୍କୁ ଆରଏସପି ସିଇଓଙ୍କ ନିଲମ୍ବନ କରିଛନ୍ତି।
ଅନ୍ୟପଟେ ଠିକା ସଂସ୍ଥା ଷ୍ଟାର କନଷ୍ଟ୍ରକସନ୍ ପକ୍ଷରୁ ପତ୍ୟେକ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରାଯାଇଛି । ପ୍ରତ୍ୟେକ ମୃତକଙ୍କ ପରିବାରକୁ ଅଢେଇ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରାଯିବ। ଏଥିସହିତ ପ୍ରତ୍ୟେକ ମୃତକଙ୍କ ପରିବାରର ଜଣେ ସଦସ୍ୟଙ୍କୁ ସ୍ଥାୟୀ ନିଯୁକ୍ତି ଦେବାକୁ ଆରଏସପି ପକ୍ଷରୁ ଘୋଷଣା କରାଯାଇଛି । ଅନ୍ୟ ପକ୍ଷରେ ଘଟଣାର ତଦନ୍ତ ପାଇଁ ୩ ଜଣିଆ ତଦନ୍ତ କମିଟି ଗଠନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ଇସ୍ପାତ କାରଖାନାର କୋଲ୍ କେମିକାଲ ବିଭାଗରେ ବିଷାକ୍ତ ଗ୍ୟାସ୍ ଲିକ୍ ଯୋଗୁଁ ୧୦ ଜଣ ଅସୁସ୍ଥ ହୋଇପଡିଥିଲେ । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଥିଲା । ପରେ ଗୁରୁତର ଥିବା ଏହି ୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକମାନେ ହେଲେ ବ୍ରହ୍ମାନନ୍ଦ ପଣ୍ଡା, ଅଭିମନ୍ୟୁ ଶାହା, ରବି ଶାହା ଏବଂ ଗଣେଶ ପାଇଲୋ । ସମସ୍ତେ ଷ୍ଟାର୍ କନଷ୍ଟ୍ରକସନ କମ୍ପାନୀର କର୍ମଚାରୀ । ଅନ୍ୟମାନଙ୍କୁ ଚିକିତ୍ସା ପାଇଁ ଆଇଜିଏଚରେ ଭର୍ତ୍ତି କରାଯାଇଛି । ତେବେ କେଉଁ କାରଣ ଯୋଗୁଁ ଗ୍ୟାସ୍ ଲିକ୍ ହେଲା ସେ ନେଇ ତଦନ୍ତ ଆରମ୍ଭ ହୋଇଛି ।

Hot this week

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବଟ୍ଟ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

Related Articles

Popular Categories