www.samajalive.in
Monday, December 8, 2025
13.1 C
Bhubaneswar

ମନ୍ତ୍ରୀ ପ୍ରତାପ ଜେନାଙ୍କୁ ବରଖାସ୍ତ ଦାବିରେ ବିଜେପି ପକ୍ଷରୁ ଏସପି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବୌଦ୍ଧ : ମାହାଙ୍ଗା ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ବିଜେପିର ଜଣେ ଟାଣୁଆ ନେତା କୁଳମଣି ବରିହା ଓ ତାଙ୍କର ସହଯୋଗୀଙ୍କୁ ହତ୍ୟା ମାମଲାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଥିବା ଅଭିଯୋଗ କରିବା ସହ ତାଙ୍କୁ ତୁରନ୍ତ ମନ୍ତ୍ରୀ ମଣ୍ଡଳରୁ ବହିଷ୍କାର କରିବା ପାଇଁ ବୌଦ୍ଧ ଜିଲ୍ଳା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ଯୁବମୋର୍ଚ୍ଚା ସଭାପତି ସୁଶାନ୍ତ କୁମାର ବାଘଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବିକ୍ଷୋଭ ସମାବେଶରେ ବିଜେପି ନେତାମାନେ ତୁରନ୍ତ ମନ୍ତ୍ରୀ ଶ୍ରୀ ଜେନାଙ୍କୁ ବହିଷ୍କାର କରିବା ସମେତ ହତ୍ୟା ଘଟଣାର ନିରପେକ୍ଷ ତଦନ୍ତ କରାଯାଇ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଦାବି କରିଛନ୍ତି। ନଚେତ ଆଗାମୀ ଦିନରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଜୋରଦାର ଆନ୍ଦୋଳନ କରାଯିବାକୁ ଚେତବାନୀ ଦିଆଯାଇଛି। ଏହି ବିକ୍ଷୋଭ ସମାବେଶରେ ଜିଲ୍ଲା ବିଜେପିର ପୂର୍ବତନ ସଭାପତି ମାଗୁଣି ଚରଣ ଗାଇଗୌରିଆ, ମନୋରଂଜନ ଦାଶ, ମହିଳା ମୋର୍ଚ୍ଚା ସଭାନେତ୍ରୀ ନମିତା ରାଣୀ ଦାଶ, ଶ୍ୟାମସୁନ୍ଦର ପୁରୋହିତ, ସତ୍ୟାନନ୍ଦ ପାଣ୍ଡେ, ତାପସ ମହାପାତ୍ର, କୈବଲ୍ୟ ପ୍ରଧାନ, ସୁନୀଲ କ୍ଷେତି, ଅରୁପା ଦୀପ, ସୁଶାନ୍ତ ଧଳ, ଶେଷ ଛନ୍ଦ ଆନନ୍ଦ ପ୍ରଧାନ ପ୍ରମୁଖ ସାମିଲ ହୋଇଥିଲେ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories