www.samajalive.in
Saturday, December 13, 2025
26.1 C
Bhubaneswar

ଗୁରୁବାର ରାଶିଫଳ ( ୦୭-୦୧-୨୦୨୧ )

ମେଷ: ବ୍ୟବସାୟ ମର୍ଯ୍ୟାଦାଜନକ ଓ ଲାଭଯୁକ୍ତ ହେବ। ସ୍ବଇଚ୍ଛାରେ ସେବା କାର୍ଯ୍ୟ ଗ୍ରହଣ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ କଲ୍ୟାଣକାରୀ ହୋଇପାରେ। ମନରେ ଅହଂଭାବ ଆସିପାରେ।

ବୃଷ: ଭାଇମାନଙ୍କ ଉପରେ ସ୍ନେହ ଶ୍ରଦ୍ଧାଭାବ ରହିବ। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଶତ୍ରୁ ଦମନ କରି ଆଶ୍ବସ୍ତ ହେବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସା ମିଳିବ।

- Advertisement -

ମିଥୁନ: କର୍ମଚଞ୍ଚଳ ରହିବେ। ଆସନ୍ନ ପ୍ରସବା ଥିଲେ କନ୍ୟା ରତ୍ନ ପ୍ରାପ୍ତ ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ବ୍ୟବସାୟ ଭଲରେ ଚାଲିବ।

କର୍କଟ: ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତରୁ ଭଲ ଆମଦାନି ହେବ। ଯାନବାହନ ସୁଖ ମିଳିପାରେ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ସିଂହ: ମନ ପ୍ରସନ୍ନ ରହିବ। ପ୍ରତିଯୋଗିତାରେ ବିଜୟୀ ହେବେ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ଧନ, ତେଜସ୍ବୀ ଓ ବୁନ୍ଧୁପ୍ରେମୀ ହେବେ।

କନ୍ୟା: ଭାଗ୍ୟଶାଳୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ବିଦେଶ ଯାତ୍ରା କରିପାରନ୍ତି। ମଧୁରଭାଷୀ ଓ ସହନଶୀଳ ହେବେ। ଶାନ୍ତି ପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଅଷ୍ଟମ ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।

ତୁଳା: ଐଶ୍ଚର୍ଯ୍ୟଯୁକ୍ତ ହେବା ଆଶାକରାଯାଏ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଧନବାନ୍‌ ହେବେ। ଅପାର ଗୁଣର ଅଧିକାରୀ ହେବେ। ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ବିଦ୍ବାନ୍‌ ଶାସ୍ତ୍ରଜ୍ଞ ହୋଇପାରନ୍ତି।

ବିଛା: କର୍ମଚଞ୍ଚଳ ରହିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ଧର୍ମୀୟ କାର୍ଯ୍ୟ ପ୍ରତି ଆଗ୍ରହୀ ହେବେ। ଖର୍ଚ୍ଚ ପରିମାଣ ବୃଦ୍ଧି ହୋଇପାରେ।

ଧନୁ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ଯଶସ୍ବୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ ହୋଇପାରେ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ।

ମକର: କୁଳ ପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ରହିବ।

କୁମ୍ଭ: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍‌ଯୋଗୀ ହେବେ।

ମୀନ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତିଶୋଧ ପରାୟଣ ହେବେ। ସାମାଜିକ ଭାବେ ଅନଟନର ସମ୍ମୁଖୀନ ହେବେ। ସ୍ବାଭିମାନୀ ହେବେ। ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories