www.samajalive.in
Sunday, December 7, 2025
18.1 C
Bhubaneswar

ଚିହ୍ନଟ ପଜିଟିଭ ୨୦,୩୪୬ ; ୧ କୋଟି ଟପିଲା ଆରୋଗ୍ୟଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତକିଛି ଦିନ ମଧ୍ୟରେ ଲଗାତାର ହ୍ରାସ ଓ ବୃଦ୍ଧି ପାଉଥିବା ଦେଖାଯାଉଛି। ଗତକାଲି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହୋଇଛି। ୨୪ ଘଣ୍ଟାରେ ୨୦,୩୪୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୨୨୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦିନକରେ ୧୯, ୫୮୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୫୦ ହଜାର ୩୩୬ରେ ପହଞ୍ଚିଛି। ମୋଟ ପଜିଟିଭଙ୍କ ସଂଖ୍ୟା ୧ କୋଟି ୩ଲକ୍ଷ ୯୫ ହଜାର ୨୭୮କୁ ବୃଦ୍ଧି ପାଇଛି। ୨,୨୮, ୦୮୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୧,୦୦,୧୬, ୮୫୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories