www.samajalive.in
Tuesday, December 9, 2025
17.1 C
Bhubaneswar

ଗାନ୍ଧୀମାର୍ଗରେ ହେବ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ: ରାଜ୍ୟପାଳ ମୁଖ୍ୟ ଅତିଥି, ମୁଖ୍ୟମନ୍ତ୍ରୀ ସମ୍ମାନିତ ଅତିଥି

ଭୁବନେଶ୍ୱର: କୋଭିଡ଼ ପରିସ୍ଥିତି ଯୋଗୁଁ ଚଳିତ ବର୍ଷ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ କାର୍ଯ୍ୟକ୍ରମକୁ ସୀମିତ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।  ଭୁବନେଶ୍ବର ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ କରାଯିବ ଏବଂ ଏଥିରେ ମୁଖ୍ୟ ଅତିଥି ରୂପେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବରେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ।

- Advertisement -

ସୂଚନା ଅନୁସାରେ କୋଭିଡ଼ ନିର୍ଦେଶାବଳୀ ଅନୁପାଳନ ସହ ରାଜ୍ୟସ୍ତରୀୟ ଗଣତନ୍ତ୍ର ଉତ୍ସବ ପାଳନ ହେବ ।  ଏଥର ଅପେକ୍ଷାକୃତ କମ୍ ଅତିଥି ଏବଂ ଅଧିକାରୀଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । କାର୍ଯ୍ୟକ୍ରମରେ ସୀମିତ ସଂଖ୍ୟାରେ କୋଭିଡ୍ ଯୋଦ୍ଧାମାନେ ଉପସ୍ଥିତ ରହିବେ । ଟିଭି ତଥା ସାମାଜିକ ଗଣମାଧ୍ୟମରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହେବ ।

 

ପୂର୍ବରୁ ମୁଖ୍ୟମନ୍ତ୍ରୀ କଟକ ବାରବାଟୀ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କରୁଥିଲେ ।  ମାତ୍ର ଗତବର୍ଷ ଏଥିରେ ପରିବର୍ତନ କରାଯାଇଥିଲା ।   କଟକ ପରିବର୍ତ୍ତେ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହୋଇଥିଲା ସାଧାରଣତନ୍ତ୍ର ଦିବସ । ଗତଥର ଭଳି ଚଳିତଥର ରାଜ୍ୟପାଳ ମୁଖ୍ୟ ଅତିଥି ରୂପେ ପତାକା ଉତ୍ତୋଳନ କରିବେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories