www.samajalive.in
Sunday, December 7, 2025
26.1 C
Bhubaneswar

ସୁରିନାମର ରାଷ୍ଟ୍ରପତି ଗଣତନ୍ତ୍ର ଦିବସ ମୁଖ୍ୟ ଅତିଥି

ନୂଆଦିଲ୍ଲୀ : ସୁରିନାମର ଭାରତୀୟ ବଂଶୋଦ୍ଭବ ରାଷ୍ଟ୍ରପତି ଚନ୍ଦ୍ରିକାପ୍ରସାଦ ସାଣ୍ଟୋଖି ଭାରତର ଜାନୁଆରୀ ୨୬ ତାରିଖ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ହେବେ। ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନଙ୍କ ଗସ୍ତ ବାତିଲ ହେବା ପରେ ଭାରତ ସରକାର ଚନ୍ଦ୍ରିକାପ୍ରସାଦଙ୍କୁ ନିମନ୍ତ୍ରଣ କରିଥିଲେ। ନିମନ୍ତ୍ରଣ ରକ୍ଷା କରି ଚନ୍ଦ୍ରିକାପ୍ରସାଦ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ସମ୍ମତି ପ୍ରକାଶ କରିଛନ୍ତି। ଗତ ସପ୍ତାହରେ ଅନୁଷ୍ଠିତ ପ୍ରବାସୀ ଭାରତୀୟ ଦିବସରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଭିଭାଷଣ ରଖିଥିଲେ। ୨୦୨୦ ଜୁଲାଇରେ ଚନ୍ଦ୍ରିକାପ୍ରସାଦ ସୁରିନାମର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଥିଲେ। ଏପରିକି ସେ ସଂସ୍କୃତ ଭାଷାରେ ଶପଥ ଗ୍ରହଣ କରି ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାକୁ ଆସିଥିଲେ। ବ୍ରିଟେନରେ କରୋନା ଭୂତାଣୁର ସଂକ୍ରମଣ ବୃଦ୍ଧିକୁ ନେଇ ଗତ ୫ ତାରିଖରେ ବୋରିସ ଜନସନ ସାଧାରଣତନ୍ତ୍ର ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ନିଜର ଅକ୍ଷମତା ପ୍ରକାଶ କରିଥିଲେ। ବ୍ରିଟେନରେ କୋରନା ଭୁତାଣୁର ନୂଆ ସଂକ୍ରମଣ ଦ୍ରୁତ ଗତିରେ ମାଡ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସେଠାରେ ପୁଣି ଥରେ ଲକଡାଉନ ଘୋଷଣା କରାଯାଇଛି। ଏ ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ବିଦେଶ ଗସ୍ତରେ ଯିବା ସମ୍ଭବ ନୁହେଁ ବୋଲି ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଡାଉନିଂ ଷ୍ଟ୍ରିଟ୍ ପକ୍ଷରୁ କୁହାଯାଇଥିଲା।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories