www.samajalive.in
Monday, December 8, 2025
27.1 C
Bhubaneswar

ସ୍କୁଲ ଫି’ ଛାଡ଼ ସଂପର୍କିତ ମାମଲାର ରାୟ ପ୍ରକାଶ ସରକାରଙ୍କ ଉପରେ ନିଷ୍ପତ୍ତି ଛାଡ଼ିଲେ ହାଇକୋର୍ଟ

କଟ କ: ସ୍କୁଲ ଫି’ ଛାଡ ସଂପର୍କିତ ମାମଲାର ରାୟ ପ୍ରକାଶ ପାଇଛି। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଡକ୍ଟର ଜଷ୍ଟିସ ବି.ଆର.ଷଡଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ସମସ୍ତ ମାମଲାର ଏକତ୍ର ରାୟ ପ୍ରକାଶ କରିଛନ୍ତି। ସ୍କୁଲ ଫି ଛାଡ଼ ପ୍ରସଂଗ ସରକାରଙ୍କ ଉପରେ ଖଣ୍ଡପୀଠ ଛାଡିଛନ୍ତି। ଏ ସଂପର୍କିତ ଏମଓୟୁ କାର୍ଯ୍ୟକାରୀ ପ୍ରସଂଗରେ ସରକାର ନିଷ୍ପତ୍ତି ନେବେ। ଯଦି କୌଣସି ପକ୍ଷ ବା ଅନୁଷ୍ଠିତ ଏମଓୟୁ ଦ୍ବାରା ପ୍ରଭାବିତ ହୁଅନ୍ତି ତେବେ ସେ ଆଇନ ଅନୁସାରେ ପୃଥକ ମାମଲା ଦାୟର କରି ପାରିବେ। ଏଥି ସହିତ ଘରୋଇ ସ୍କୁଲ ଏନଓସି ମଞ୍ଜୁର/ପ୍ରତ୍ୟାହାର ସଂପର୍କିରେ ୧୯୯୬ ସେପ୍ଟେମ୍ବର ୨୩ ତାରିଖରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଜାରି କରିଥିବା ନିୟମାବଳୀ କଡ଼ା କଡ଼ି ପାଳନ ପ୍ରସଂଗରେ ମଧ୍ୟ ପକ୍ଷ ପୃଥକ ଭାବେ ମାମଲା କରି ପାରିବେ। ହାଇକୋର୍ଟ ଏପରି ରାୟ ଦେବା ସହିତ ପୂର୍ବରୁ ଥିବା ଅନ୍ତରୀଣ ନିର୍ଦେଶନାମାକୁ ହଟାଇ ଦେଇଛନ୍ତି।
ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକର ଆଲୋଚନାକୁ ନେଇ ସ୍କୁଲ ଫି ଛାଡ଼ ସଂପର୍କିତ ରିପୋର୍ଟ ପ୍ରସ୍ତୁତ କରାଯାଇଥିଲା। ୨୦୨୦, ସେପ୍ଟେମ୍ବର ୨୯ରେ ଏହି ରିପୋର୍ଟ ଗଣଶିକ୍ଷା ବିଭାଗ ହାଇକୋର୍ଟରେ ଦାଖଲ କରିଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅଭିଭାବକ ମହାସଂଘର ପ୍ରତିନିଧି, ହାଇକୋର୍ଟରେ ମାମଲା ଦାୟର କରିଥିବା ଆବେଦନକାରୀଙ୍କ ପ୍ରତିନିଧି, ଓଡ଼ିଶା ଘରୋଇ ସ୍କୁଲ ଶିକ୍ଷକ ସଂଘର ପ୍ରତିନିଧି ଓ କନଫେଡେରେସନ୍ ଅଫ୍ ପବ୍ଲିକ୍ ସ୍କୁଲର ପ୍ରତିନିଧି ଯୋଗ ଦେଇଥିଲେ। ବୈଠକରେ ସ୍କୁଲ ଫି କିଛି ଅଂଶରେ ଛାଡ କରାଯିବା ପାଇଁ ସୁପାରିଶ କରାଯାଇଥିଲା। ରିପୋର୍ଟରେ ୭ଟି ସ୍ଲାବରେ ସ୍କୁଲ ଫି ଛାଡ଼ ପାଇଁ ପ୍ରସ୍ତାବ ରହିଥିଲା ଯଦି ବାର୍ଷିକ ଟିଉସନ୍ ଫି ୬ ହଜାର ଟଙ୍କା ପର୍ଯ୍ୟନ୍ତ ସ୍କୁଲ ନେଉଥାଏ ତେବେ ଏଥିରେ କିଛି ଛାଡ଼ କରାଯିବ ନାହିଁ। ୬୦୦୧ରୁ ୧୨ ହଜାର ଟଙ୍କା ପର୍ଯ୍ୟନ୍ତ ଟିଉସନ୍ ଫି ଉପରେ ୭.୫ ପ୍ରତିଶତ, ୧୨୦୦୧ରୁ ୨୪ ହଜାର ପର୍ଯ୍ୟନ୍ତ ୧୨ ପ୍ରତିଶତ, ୨୪,୦୦୧ରୁ ୪୮ ହଜାର ପର୍ଯ୍ୟନ୍ତ ୧୫ ପ୍ରତିଶତ, ୪୮୦୦୧ରୁ ୭୨ ହଜାର ପର୍ଯ୍ୟନ୍ତ ୨୦ ପ୍ରତିଶତ, ୭୨୦୦୧ରୁ ୧ ଲକ୍ଷ ପର୍ଯ୍ୟନ୍ତ ୨୫ ପ୍ରତିଶତ ଓ ଏହାପରେ ୨୬ ପ୍ରତିଶତ ଟିଉସନ୍ ଫି ଛାଡ ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ଅନ୍ୟପକ୍ଷରେ ଡିଏଭି ପବ୍ଲିକ୍ ସ୍କୁଲସ୍ ଓଡ଼ିଶା ଜୋନ୍-୧ ଓ ୨ ତରଫରୁ ଆଞ୍ଚଳିକ ଅଧିକାରୀ ଓ ଆସୋସିଏସନ୍ ଅଫ୍ ଓଡ଼ିଶା ଆଇସିଏସଇ ସ୍କୁଲ ପକ୍ଷରୁ ସଂପାଦକ ଦାଖଲ କରିଥିବା ପୃଥକ ସତ୍ୟପାଠରେ ଭିନ୍ନ କଥା କୁହାଯାଇଥିଲା। ଫି ଛାଡ଼ ପ୍ରସଂଗରେ ବିଦ୍ୟାଳୟ ଓ ଗଣଶିକ୍ଷଶ ସଚିବ ଦାଖଲ କରିଥିବା ରିପୋର୍ଟକୁ ଉଭୟ ସଂଘ ପକ୍ଷରୁ ବିରୋଧ କରାଯାଇଥିଲା। ପ୍ରାୟ ୫୦ଟି ଡିଏଭି ସ୍କୁଲ ଓ ଶହେଟି ଆଇସିଏସଇ ସ୍କୁଲକୁ ପକ୍ଷ ରଖିବାକୁ ସୁଯୋଗ ନ ଦେଇ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଥିଲା। ମାମଲାର ଶୁଣାଣି ସମୟରେ ଘରୋଇ ସ୍କୁଲ ଗୁଡିକର ଫି ନିର୍ଦ୍ଧାରଣ ଓ ନିୟନ୍ତ୍ରଣ ପାଇଁ କିଛି ବ୍ୟବସ୍ଥା ନାହିଁ ବୋଲି ସତ୍ୟପାଠ ମାଧ୍ୟମରେ ସରକାର ପୂର୍ବରୁ ସ୍ପଷ୍ଟ କରିଥିବା ବେଳେ ଆବେଦନକାରୀ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇ ସରକାରଙ୍କ ପୂର୍ଣ୍ଣ କ୍ଷମତା ଏହି ପ୍ରସଂଗରେ ରହିଛି। ଏଠାରେ ସୂଚନା ଯୋଗ୍ୟ ଯେ କରୋନା ମହାମାରୀକୁ ନେଇ ଦେଖା ଦେଇଥିବା ସ୍ଥିତିରେ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବା ବେଳେ ସ୍କୁଲ ଫି ଛାଡ଼ ପ୍ରସଂଗକୁ ନେଇ ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ଆଇନଜୀବୀ ମହମ୍ମଦ ମୁସ୍ତାକ ଅନସାରୀ, ଓଡ଼ିଶା ଅଭିଭାବକ ମହାସଂଘ, ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ପ୍ୟାରେଣ୍ଟସ ଫୋରମ ହାଇକୋର୍ଟରେ ପୃଥକ ମାମଲା ଦାୟର କରିଥିଲେ। ଆବେଦନକାରୀ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ଆଇନଜୀବୀ ଭି.ନରସିଂହ, ବିଭୂତି ଭୂଷଣ ଚୌଧୁରୀ ଓ କନଫେଡେରେସନ୍ ଅଫ୍ ଓଡ଼ିଶା ପବ୍ଲିକ୍ ସ୍କୁଲ୍ସ ତରଫରୁ ବରିଷ୍ଠ ଆଇନଜୀବୀ ବୁଦ୍ଧଦେବ ରାଉତରାୟ ମାମଲା ପରିଚାଳନା କରୁଥିଲେ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories