www.samajalive.in
Monday, December 8, 2025
27.1 C
Bhubaneswar

ଆଜି ପ୍ରଧାନମନ୍ତ୍ରୀ – ମୁଖ୍ୟମନ୍ତ୍ରୀ ବିଚାରବିମର୍ଶ, ୧୬ରେ ଟିକାକରଣ

ଆସନ୍ତା ୧୬ତାରିଖରେ ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ବିଚାରବିମର୍ଶ କରିବେ। ଏହି ଆଲୋଚନାରେ ଦେଶରେ କରୋନା ମହାମାରୀର ସ୍ଥିତି ଏବଂ ଟିକାକରଣ ପ୍ରସଙ୍ଗ ସ୍ଥାନ ପାଇବ। ଟୀକାକରଣର ପ୍ରଥମ ପର୍ୟ୍ୟାୟରେ ସ୍ୱାସ୍ଥ୍ୟକର୍ମୀ ଏବଂ ଆଗଧାଡ଼ିର ଯୋଦ୍ଧାମାନଙ୍କୁ ଟିକା ଦିଆଯିବ। ଏହି ପର୍ୟ୍ୟାୟରେ ପ୍ରାୟ ୩ କୋଟି ବ୍ୟକ୍ତିଙ୍କୁ ଟୀକା ପ୍ରଦାନ କରାଯିବ। ପରେ ୫୦ ବର୍ଷରୁ ଊର୍ଦ୍ଧ୍ବ ବୟସର ବ୍ୟକ୍ତି ଏବଂ ବହୁବିଧ ରୋଗରେ ଆକ୍ରାନ୍ତ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦିଆଯିବ।
ପ୍ରଧାନମନ୍ତ୍ରୀ ମୋଦୀ ଭିଡିଓ କନଫରେନସିଂ ଜରିଆରେ ଏହି ଆଲୋଚନାରେ ଉପସ୍ଥିତ ରହିବେ। ସୂଚନା ଯୋଗ୍ୟ ଯେ ଭାରତ କରୋନା ମହାମାରୀ ନିୟନ୍ତ୍ରଣ ନିମନ୍ତେ ଦୁଇଟି ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମିଳିସାରିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories