www.samajalive.in
Monday, December 8, 2025
27.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀରର ସୋଫିଆନ୍‍ ଜିଲା କିଲୁରାଠାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀମାନେ ହିଜ୍‍ବୁଲ୍‍ ମୁଜ୍ଜାହିଦ୍ଦିନ ସଂଗଠନର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଗତ ୨୪ ଘଣ୍ଟା ମଧ୍ୟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ଆତଙ୍କବାଦୀଙ୍କ ସଂଖ୍ୟା ୫ରେ ପହଞ୍ଚିଛି। ଅପରେସନ୍‍ ଜାରି ରହିଥିବାରୁ ନିହତ ଆତଙ୍କବାଦୀ ସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି।
ସେଠାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇବା ପରେ ସୁରକ୍ଷାକର୍ମୀମାନେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସେମାନଙ୍କ ଉପରକୁ ଗୁଳି ଚଳାଇବାରୁ ସୁରକ୍ଷାକର୍ମୀମାନେ ପାଲଟା ଗୁଳି ଚଳାଇଥିଲେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories