www.samajalive.in
Sunday, December 7, 2025
14.1 C
Bhubaneswar

କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା : ୯୨.୩୭ କୋଟିର ବୋନସ ଓ ସହାୟତା

ଭୁବନେଶ୍ବର : କେନ୍ଦୁପତ୍ର ତୋଳାଳି ଓ ଅନ୍ୟ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି। ସେଥିରେ କେବଳ ବୋନସର ପରିମାଣ ୫୯.୭୮ କୋଟି ରହିଛି। ଏହାସହିତ କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତାକୁ ଏକ ଲକ୍ଷ ଟଙ୍କାରୁ ଦୁଇ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।
ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦୁପତ୍ର କଲ୍ୟାଣ ବୋର୍ଡ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଚଳିତ ବର୍ଷ ବୋନସ, ଅନ୍ୟାନ୍ୟ ସହାୟତା ଓ ଭିତ୍ତିଭୂମି ବିକାଶ ପାଇଁ ବୋର୍ଡ ଉପରୋକ୍ତ ପରିମାଣର ଅର୍ଥ ମଞ୍ଜୁର କରିଛି।
୨୦୧୪ରେ ଏକ ଐତିହାସିକ ନିଷ୍ପତ୍ତି ନେଇ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟରୁ ପାଉଥିବା ଲାଭାଂଶରେ କେନ୍ଦୁପତ୍ର ତୋଳାଳିଙ୍କୁ ସାମିଲ କରିଛନ୍ତି। କୋଭିଡ୍ ମହାମାରୀ ସମୟରେ ବିଭାଗ ୬୦ ଲକ୍ଷରୁ ଅଧିକ କର୍ମ ଦିବସ ସୃଷ୍ଟି କରିବାରୁ ଏହାଦ୍ବାରା ୭ ଲକ୍ଷ ୫୪ ହଜାରେ ୬୩୧ କେନ୍ଦୁପତ୍ର ତୋଳାଳି ଉପକୃତ ହୋଇଛନ୍ତି। ୨୦୨୦ ଶସ୍ୟ ବର୍ଷରେ ଏ ବାବଦରେ ୨୫୦ କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଡିବିଟି ଜରିଆରେ ପଇଠ କରାଯାଇଛି।
ବୈଠକରେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପ୍ରମୁଖ ମତାମତ ରଖିଥିବାବେଳେ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (କେନ୍ଦୁପତ୍ର) ପ୍ରଭାକର ବେହେରା ବୋର୍ଡର କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories