www.samajalive.in
Sunday, December 14, 2025
19.1 C
Bhubaneswar

ବିଷାକ୍ତ ମଦ ପିଇ ୧୦ ମୃତ, ୨୦ରୁ ଅଧିକ ଅସୁସ୍ଥ

ଭୋପାଳ: ବିଷାକ୍ତ ମଦ ଯୋଗୁ ଚାଲିଯାଇଛି ୧୦ ଜୀବନ। ୨୦ରୁ ଅଧିକ ଲୋକ ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ମଧ୍ୟପ୍ରଦେଶର ମୋରେନା ଜିଲାରେ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଗଭୀର ଆଲୋଡ଼ନ ସୃଷ୍ଟି ହୋଇଛି।

ପୁଲିସ ମୃତଦେହଗୁଡ଼ିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପାଠାଇଛି। ପୁଲିସ ସୂଚନା ଅନୁସାରେ ମାନପୁର ଗାଁରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଉଭୟ ଗାଁର ୨୦ରୁ ଅଧିକ ଲୋକ ଅସୁସ୍ଥ ହୋଇପଡ଼ିଥିବାରୁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

- Advertisement -

ତଥ୍ୟ ଅନୁସାରେ, ଗତ ସୋମବାର ସକାଳେ ପ୍ରଥମେ ବାଗଚିନି ଥାନା ଅନ୍ତର୍ଗତ ମାନପୁର ଅଞ୍ଚଳର ଜଣେ ବ୍ୟକ୍ତି ବିଷାକ୍ତ ମଦ ପିଇ ଅସୁସ୍ଥ ହୋଇପଡ଼ିଥିବା ଖବର ସାମ୍ନାକୁ ଆସିଥିଲା। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଗ୍ବାଲିଅର ନେବା ସମୟରେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ଗାଁର ଅନ୍ୟ କେତେଜଣ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଥିଲେ। କିଛି ସମୟ ଭିତରେ ସେମାନଙ୍କ ମଧ୍ୟରୁ ୬ଜଣଙ୍କ ମୃତ୍ୟୁ ଘଟିଥିଲା।

ଏ ନେଇ ଖବର ମିଳିବା ପରେ ସ୍ଥାନୀୟ ପୁଲିସ ମାନପୁର ଗାଁରେ ପହଞ୍ଚିଥିଲା। ପୁଲିସ ତୁରନ୍ତ ଅସୁସ୍ଥମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲା। ଚିକିତ୍ସାଧୀନ ଅବସ୍ଥାରେ ହସ୍ପିଟାଲରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ବିଷାକ୍ତ ମଦ ପିଇବା ଯୋଗୁ ଏମାନଙ୍କ ମୃତ୍ୟୁ ହୋଇଥିବା ଜିଲା ଚିକିତ୍ସାଳୟର ଡାକ୍ତର ରାଘବେନ୍ଦ୍ର ସିଂହ କହିଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories