www.samajalive.in
Saturday, December 6, 2025
19.1 C
Bhubaneswar

ଚିକେନ ଦିଲ୍‍ଖୁସ୍‍

ଆବଶ୍ୟକ ସାମଗ୍ରୀ
ଲେଗ୍‍ ପିସ୍‍ ଚିକେନ – ୪୦୦ ଗ୍ରାମ
ତେଲ – ଆବଶ୍ୟକ ପରିମାଣରେ
ଅଦା ରସୁଣ ବଟା – ୩ ଚାମଚ
ଲଙ୍କା ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ଲୁଣ – ଆବଶ୍ୟକ ଅନୁଯାୟୀ
ଗୋଲମରିଚ ଗୁଣ୍ଡ – ୧ଚାମଚ
ସୋୟା ସସ – ୧ ଚାମଚ
ଟମାଟୋ ସସ – ୧ ଚାମଚ
ମଇଦା – ୨ଚାମଚ
ଅଣ୍ଡା – ୧ଟି
କଣ୍ଣଫ୍ଲୋର – ୨ ଚାମଚ
ପିଆଜ – ୧ଟି
ଲେମ୍ବୁ – ୧ଟି
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକନେକୁ ଭଲ ଭାବେ ଧୋଇ ଏକ ପାତ୍ରରେ ରଖନ୍ତୁ। ଏଥିରେ ସୋୟା ସସ୍‍, ଅଦା ରସୁଣ ବଟା, ଟମାଟୋ ସସ୍‍ , ଗୋଲମରିଚ ଗୁଣ୍ଡ, ଲୁଣ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଗୋଳାଇବା ପରେ ୩୦ ମିନିଟ ଫ୍ରିଜରେ ରଖି ଦିଅନ୍ତୁ। ୩୦ ମିନିଟ ପରେ ଏଥିରେ ସାମାନ୍ୟ ହଳଦୀ ଗୁଣ୍ଡ, ମଇଦା , କଣ୍ଣଫ୍ଲୋର, ଲଙ୍କା ଗୁଣ୍ଡ, ଅଳ୍ପ ଲୁଣ, ଏକ ଅଣ୍ଡା ଭାଙ୍ଗି ଏଥିରେ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଗ୍ୟାସ ଲଗାଇ କଡ଼େଇ ବସାନ୍ତୁ। କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ଗୋଳାଇ ରଖିଥିବା ଚିକେନକୁ ଛାଣନ୍ତୁ। ଭଲ ଭାବେ ଛାଣିବା ପରେ ଏକ ପାତ୍ରକୁ କାଢି ଦିଅନ୍ତୁ। ଗୋଲ ଆକାରର ପିଆଜ ଓ ଲେମ୍ବୁ କାଟି ଏହାର ଚାରି ପାଖରେ ସଜାଇ ଦିଅନ୍ତୁ। ଏହା ପରେ ଖାଆନ୍ତୁ ଚିକେନ ଦିଲ୍‍ଖୁସ୍‍ ଓ ମଜା ନିଅନ୍ତୁ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories