www.samajalive.in
Friday, December 12, 2025
15.1 C
Bhubaneswar

ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କର ପରଲୋକ

କଟକ : ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କର ବୁଧବାର ଅପରାହ୍ନରେ ପରଲୋକ ଘଟିଛି। କରୋନା ଆକ୍ରାନ୍ତ ହେବାପରେ ଦୀର୍ଘ ୨୦ ଦିନ ଧରି ସେ କଟକ ବଡ ଡାକ୍ତରଖାନାର କୋଭିଡ ହସ୍ପିଟାଲରେ ଚିକିତ୍ସିତ  ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ବ୍ରେନ ଷ୍ଟ୍ରୋକରେ ତାଙ୍କର ପରଲୋକ ହୋଇଥିବା ପ୍ରକାଶ ରାଓଙ୍କ ଝିଅ ପ୍ରକାଶ କରିଛନ୍ତି।​‌  ଡି. ପ୍ରକାଶ ରାଓଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖୋଳି ଯାଇଛି।​‌

ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଗତ ୨୫ ତାରିଖରେ ଅସୁସ୍ଥ ହୋଇପଡ଼ିଥିଲେ। ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଶ୍ୱାସକ୍ରିୟାରେ ସମସ୍ୟା ହେଉଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିଲା। ଅକ୍ସିଜେନ ଲେବୁଲ କମ୍‌ ରହୁଥିବାରୁ ତାଙ୍କୁ ଅକ୍ସିଜେନ ସପୋର୍ଟ ଦିଆଯାଇଥି​ଲା​‌। ତାଙ୍କ ଚିକିତ୍ସା ପାଇଁ ଏକ ସ୍ବତନ୍ତ୍ର ଡାକ୍ତରୀଦଳ ଗଠନ କରାଯାଇଥିଳା।

- Advertisement -

ସୂଚନାଯୋଗ୍ୟ, ବକ୍ସିବଜାରରେ ଚା’ ଦୋକାନ କରିବା ସହ ବସ୍ତିବାସିନ୍ଦାଙ୍କ ପିଲାଙ୍କୁ ପାଠ ପଢ଼ାଉଥିଲେ ପ୍ରକାଶ ରାଓ। ଏହା ପରେ ନିଜ ଉଦ୍ୟମରେ ସ୍କୁଲଟିଏ କରିବା ସହ ନିଜ ରୋଜଗାର ଟଙ୍କା ଖର୍ଚ୍ଚ କରି ପିଲାଙ୍କ ଯତ୍ନ ଓ ପଢ଼ା ଖର୍ଚ୍ଚ ବହନ କରୁଥିଲେ। ସେ ୨୦୦ ଥରରୁ ଅଧିକ ଥର ରକ୍ତଦାନ ରେକର୍ଡ ପ୍ରତିଷ୍ଠା କରିଥିଲେ।  ସମାଜ ସେବା ପାଇଁ ପ୍ରକାଶଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା।

 

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories