www.samajalive.in
Monday, December 8, 2025
20.1 C
Bhubaneswar

ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ନିଧନରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ସମ୍ମାନ ସହ ହେବ ଶେଷକୃତ୍ୟ

ଗରିବ ତଥା ଅବହେଳିତ ବସ୍ତି ପିଲାଙ୍କ ପାଇଁ ଶିକ୍ଷା ବ୍ୟବସ୍ଥା କରିବା କ୍ଷେତ୍ରରେ ପଦକ୍ଷେପ ଗ୍ରହଣ କରି ଅନ୍ୟମାନଙ୍କ ପାଇଁ ଆଦର୍ଶ ପାଲଟି ଥିବା ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କର ଆଜି ୬୨ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ​ଶୋକ ପ୍ରକାଶ କରିଛନ୍ତି। ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଡି. ପ୍ରକାଶ ରାଓଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଆସନ୍ତାକାଲି କଟକ କାଳିଆବୋଦା ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହେବ।

ମୁଖ୍ୟମନ୍ତ୍ରୀ ଟ୍ବିଟ୍‌ କରି କହିଛନ୍ତି ଯେ ପ୍ରକାଶ ରାଓଙ୍କ କାର୍ଯ୍ୟଶୈଳୀ ସବୁଦିନ ପାଇଁ ସ୍ମରଣୀୟ ରହିବ। ସେ କହିଛନ୍ତି, ସ୍ବର୍ଗତ ରାଓ ତାଙ୍କର ଉତ୍ସର୍ଗୀକୃତ ସମାଜ ସେବା ପାଇଁ ସ୍ମରଣୀୟ ହୋଇ ରହିବେ।

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରକାଶ ରାଓଙ୍କ ପରଲୋକରେ ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କ କାର୍ଯ୍ୟ ସମସ୍ତଙ୍କ ପାଇଁ ଉଦାହରଣ ବୋଲି ଟ୍ୱିଟ କରିଛନ୍ତି। ଶ୍ରୀ ମୋଦୀ ତାଙ୍କ କଟକ ଗସ୍ତ ସମୟରେ ପ୍ରକାଶ ରାଓଙ୍କ ସହ ସାକ୍ଷାତ ସମୟର ଏକ ଫଟୋ ପୋଷ୍ଟ କରିବା ସହ ପ୍ରକାଶ ରାଓଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଡି.ପ୍ରକାଶ ରାଓଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି। ସେ ଟ୍ୱିଟ କରିଛନ୍ତି, ପ୍ରକାଶ ରାଓ ସମାଜର ଅବହେଳିତ ଲୋକଙ୍କ ବିକାଶ ପାଇଁ ଉତ୍ସର୍ଗୀକୃତ ଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ସମାଜିକ କାର୍ଯ୍ୟ ବିଷୟରେ ଅବଗତ ଥିଲେ ଓ ୨୦୧୮ରେ ତାଙ୍କ କଟକ ଗସ୍ତ ସମୟରେ ବିଶେଷ ଭାବରେ ପ୍ରକାଶ ବାବୁଙ୍କୁ ଆମନ୍ତ୍ରିତ କରି ତାଙ୍କ ସହ ଆଲୋଚନା କରିଥିଲେ। ସେ କହିଛନ୍ତି, ସ୍ବର୍ଗତ ପ୍ରକାଶ ରାଓ ସଦାସର୍ବଦା ଓଡ଼ିଆଙ୍କ ପାଇଁ ପ୍ରେରଣା ହୋଇ ରହିବେ। ମନ୍ତ୍ରୀ ଶ୍ରୀ ପ୍ରଧାନ ଶୋକସନ୍ତପ୍ତ ପରିବାର ବର୍ଗକୁ ସମେବଦନା ଜଣାଇଛନ୍ତି।

ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓଙ୍କ ବିୟୋଗରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ବିଜେପି ଅଧ୍ୟକ୍ଷ ଜେ. ପି. ନଡ୍ଡା, ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ସାଂସଦ ଡଃ ସସ୍ମିତ ପାତ୍ର, ଜୁଏଲ ଓରାମ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ, ଚଳଚ୍ଚିତ୍ର ନିର୍ମାତା ନୀଳମାଧଵ ପଣ୍ଡା, ପଦ୍ମଶ୍ରୀ ଦିଲୀପ ତିର୍କି ଓ ଅଭିନେତ୍ରୀ ଅନୁ ଚୌଧୁରୀ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories