www.samajalive.in
Thursday, December 11, 2025
16.1 C
Bhubaneswar

ଜୈବିକ ପୁଞ୍ଜ ମାଧ୍ୟମରେ ମାଛଚାଷ ତାଲିମ କାର୍ଯ୍ୟକ୍ରମ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଚକାପାଦ ବ୍ଳକରେ ଥିବା ଶଗଡାସାହିରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ବାୟୋଫ୍ଲୋକ (ଜୈବିକପୁଞ୍ଜ) ମାଧ୍ୟମରେ ମାଛଚାଷ ସମ୍ପର୍କିତ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମତ୍ସ୍ୟ ଉପନିର୍ଦ୍ଧେଶକ ଶିବପ୍ରସାଦ ଭୋଈ ଯୋଗ ଦେଇ ବାୟୋଫ୍ଲୋକ ମାଧ୍ୟମରେ ମାଛଚାଷର ଗୁରୁତ୍ୱପୁର୍ଣ୍ଣ ଦିଗ ବାବଦରେ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଜିଲ୍ଲାର ବିଭିନ୍ନ ବ୍ଳକର ୧୫ ଜଣ ମାଛ ଚାଷୀଙ୍କୁ ବୁଝାଇଥିଲେ। କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବରେ ଅତିରିକ୍ତ ମତ୍ସ୍ୟ ଅଧିକାରୀ ପ୍ରଫୁଲ୍ଲ କହଁର ଯୋଗ ଦେଇ ଏହାର ଉପକାରିତା ବିଷୟରେ ବୁଝାଇଥିଲେ। କାର୍ଯ୍ୟକ୍ରମରେ କନ୍ଧମାଳ ଜିଲ୍ଲାର ସମସ୍ତ ବ୍ଳକର ଅତିରିକ୍ତ ମତ୍ସ୍ୟ ଅଧିକାରୀଙ୍କ ସମେତ କନିଷ୍ଠ ମତ୍ସ୍ୟ ସହାୟକମାନେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଶେଷରେ ଚକାପାଦ ସହକାରୀ ମତ୍ସ୍ୟ ଅଧିକାରୀ ଜ୍ଞାନରଞ୍ଜନ ସେଠୀ ଧନ୍ୟବାଦ ଅର୍ପଣ କରିଥିବା ନେଇ ଜିଲା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏକ ପ୍ରେସ୍‍ ବିବୃତ୍ତିରେ ଦର୍ଶାଯାଇଛି।

 

Hot this week

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories