www.samajalive.in
Thursday, December 11, 2025
18.1 C
Bhubaneswar

ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି ଓ ସବ୍‌ମିଶନ୍‌ କମିଟି ବୈଠକ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ସବ୍‌ମିଶନ୍‌ କମିଟିର ପ୍ରଥମ ବୈଠକ ବିଧାନସଭାର ପ୍ରକୋଷ୍ଠ ନଂ-୫୪ରେ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ଡ. ପ୍ରମୋଦ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ କମିଟି ତରଫରୁ ଗ୍ରହଣ କରାଯିବାକୁ ଥିବା ଭବିଷ୍ୟତ କାର୍ଯ୍ୟକ୍ରମ ସଂପର୍କରେ ବିଷଦ ଆଲୋଚନା କରାଯାଇଥିଲା। ଏହି ବୈଠକରେ ସଂପୃକ୍ତ କମିଟି ସଭ୍ୟଙ୍କ ସହ ବିଧାନସଭା ସଚିବ ଦାଶରଥୀ ଶତପଥୀ ଯୋଗଦେଇଥିଲେ।

- Advertisement -

ସେହିପରି ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୨ର ବୈଠକ ଆଜି ବିଧାନସଭା ପ୍ରକୋଷ୍ଠ ନଂ୫୪ରେ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ଡ. ନୃସିଂହ ଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ କମିଟି ତରଫରୁ ବିଧାନସଭାକୁ ତା.୧୧/୦୩/୨୦୨୦ରିଖ ଦିନ ପ୍ରଦାନ କରାଯାଇଥିବା ଦ୍ୱିତୀୟ ରିପୋର୍ଟରେ ଜଳସଂପଦ ବିଭାଗ ତରଫରୁ କେଉଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ତାହା ଉପରେ ବିଷଦ ଆଲୋଚନା କରାଯାଇଥିଲା। ଏହି ସମୀକ୍ଷା ବୈଠକରେ କମିଟି ସଦସ୍ୟ ଓ ବିଭାଗୀୟ ଅଧିକାରୀଙ୍କ ସମେତ ବିଧାନସଭା ସଚିବ ଦାଶରଥି ଶତପଥୀ ପ୍ରମୁଖ ଯୋଗଦେଇଥିଲେ।

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories