www.samajalive.in
Monday, December 8, 2025
24.1 C
Bhubaneswar

କୋଭିଡ୍‍ ଅରୋଗ୍ୟ ହାର ୯୬.୫୬ ପ୍ରତିଶତ : ୨ %କୁ ହ୍ରାସ ପାଇଲା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଳୀ : ଶନିବାର ଦେଶରେ କୋଭିଡ୍‍-୧୯ ବିରୁଦ୍ଧରେ ବିଶ୍ବର ସର୍ବ ବୃହତ ପ୍ରତିଷେଧକ ଟୀକାକରଣ କାର୍ୟ୍ୟକ୍ରମର ଶୁଭାରମ୍ଭ ହୋଇଥିବା ବେଳେ, କୋଭିଡ୍‍ ଅରୋଗ୍ୟ ହାର ୯୬.୫୬ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୬ ହଜାର ୯୭୭ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ କୋଭିଡ୍‍ରୁ ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୭୯ ହଜାରକୁ ଟପି ଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଚିକିତ୍ସିତ ହେଉଥିବା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ମୋଟ୍‍ ସଂକ୍ରମଣର ୨ %କୁ ହ୍ରାସ ପାଇଛି। ଦେଶରେ ବର୍ତ୍ତମାନ ୨ ଲକ୍ଷ ୧୧ ହଜାର ୩୩ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ୧୫ ହଜାର ୧୫୮ ଜଣ ଲୋକ ଭୂତାଣୁରେ ସଂକ୍ରମିତ ହୋଇଥିବା ରିପୋର୍ଟ ମିଳିଛି। ଫଳରେ ଦେଶରେ ମୋଟ୍‍ ସଂକ୍ରମଣ ସଂଖ୍ୟା ୧ କୋଟି ୫ ଲକ୍ଷ ୪୨ ହଜାର ୮୪୧ ରହିଛି। ମନ୍ତ୍ରଣାଳୟ କହିଛି, କୋଭିଡ୍‍ ମୃତ୍ୟୁହାର ୧.୪୪% ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୭୫ ଜଣଙ୍କର ମୃତ୍ୟୁ ଘଟିଥିବା ରିପୋର୍ଟ ମିଳିଛି। ଏଥି ସହିତ କୋଭିଡରେ ମୃତ୍ୟୁ ଘଟିଥିବା ଲୋକଙ୍କ ସଂଖ୍ୟା ୧ ଲକ୍ଷ ୫୨ ହଜାର ୯୩ରେ ପହଞ୍ଚିଛି। ଆଇସିଏମ୍‍ଆରରୁ ମିଳିଥିବା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଲକ୍ଷ ୩ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ଏଥିସହିତ ଏପର୍ୟ୍ୟନ୍ତ ମୋଟ୍‍ ୧୮ କୋଟି ୫୭ ଲକ୍ଷ ନମୁନା ପରୀକ୍ଷା କରାଯାଇ ସାରିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories