www.samajalive.in
Tuesday, December 9, 2025
16.1 C
Bhubaneswar

ସୋମବାର ରାଶିଫଳ (୧୮/୦୧/୨୦୨୧)

ମେଷ: ଖର୍ଚ୍ଚ ବୃଦ୍ଧି ହେବାର ସୂଚନା ମିଳୁଛି। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। କର୍ମଚଞ୍ଚଳ ରହିବେ। ମହିଳାମାନଙ୍କର ସାହାଯ୍ୟକାରୀ ହୋଇପାରନ୍ତି। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବେ।

ବୃଷ : ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। କରିତ୍‌କର୍ମା ହେବେ।

ମିଥୁନ: ଶୁଭ ସମାଚାର ପାଇ ଉତ୍‌ଫୁଲ୍ଲିତ ହେବେ। କର୍ମକ୍ଷେତ୍ରରୁ ସଫଳତା ପାଇବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ବ୍ୟବସାୟ ଲାଭଜନକ ହେବ। ଦାନ ଦରିଦ୍ରଙ୍କର ସାହାଯ୍ୟକାରୀ ହେବେ। ଶୁଭକାର୍ଯ୍ୟ କରଣୀୟ। ବିବାଦରେ ବିଜୟୀ ହେବେ।

କର୍କଟ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କ୍ଷମତାର ଅଭିବୃଦ୍ଧି ଘଟିବ ଓ ତା’ର ସଦ୍‌ବ୍ୟବହାର କରିପାରନ୍ତି। ପ୍ରବଚନ ଶୁଣିବାରେ ଆଗ୍ରହୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଦାନ ଧର୍ମ ଦୀକ୍ଷିତ ହୋଇପାରନ୍ତି। ରାଜକୃପା ମିଳିବ।

ସିଂହ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। କଳହଠାରୁ ଦୂରେଇ ରହିବେ। ଅନଟନର ସମ୍ମୁଖୀନ ହୋଇପାରନ୍ତି। ବ୍ରାହ୍ମଣ, ବୈଷ୍ଣବ ପ୍ରତି ଦୟା ଭାବ ରହିବ। ଦୁଃଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ।

କନ୍ୟା: ସୁଖକର ଘଟଣା ମାନ ଘଟିବ। କର୍ମକ୍ଷେତ୍ରକୁ ଶୃଙ୍ଖଳିତ ଓ ଅଧିକ ଉଳମୟ କରିପାରନ୍ତି। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ପତ୍ନୀ ଆପଣଙ୍କୁ ପତନ ମୁଖରୁ ରକ୍ଷା କରିବେ।

ତୁଳା: ବିଭିନ୍ନ ଦିଗରୁ ସାହାଯ୍ୟ ପାଇପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ଆପଣଙ୍କ ମନରେ ଖୁସି ଭରି ଦେବ। ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଋଣ ପରିଶୋଧ କରିବେ।

ବିଛା: ଶାସ୍ତ୍ର ଅଧ୍ୟୟନରେ ମନ ବଳାଇ ପାରନ୍ତି। ବାଣିଜ୍ୟ କାରବାରୁ ବିଶେଷ ଲାଭବାନ୍‌ ହେବେ। ଶୁଭ ଖବର ପାଇ ପ୍ରଫୁଲ୍ଲିତ ହୋଇପାରନ୍ତି। ପାରିବାରିକ ଜୀବନ ସୁଖମୟ ହେବ। ସମୟାନୁବର୍ତ୍ତିତା ହୋଇପାରନ୍ତି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ।

ଧନୁ: ପରିଶ୍ରମ ଯେତେ କଠିନ ହେଉନା କାହିଁକି ନିରଳସ ଭାବେ ତା’ର ସମାଧାନ କରିବେ। ଯାନବାହନ ସୁଖ ମିଳିପାରେ। ଗୃହ ପରିବେଶ ଉତ୍ତମମାନର ହେବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ସରଳ ଓ ନିରାଡାମ୍ବର ହେବେ।

ମକର: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବ ଦର୍ଶନର ସୌଭାଗ୍ୟ ଉଦୟ ହୋଇଛି। ସରକାରୀ ସ୍ତରରୁ ଲାଭ ଉଠାଇବାକୁ ସକ୍ଷମ ହେବେ। ଯାନବାହନ ସୁଖ ମିଳିପାରେ। ଯଶସ୍ବୀ ହେବେ।

କୁମ୍ଭ: ଆକସ୍ମିକ ସମସ୍ୟା ଜୁଟିଲେ ବି ତା’ର ସୁସମାଧାନ କରିବାରେ ସକ୍ଷମ ହେବେ। ନୃତ୍ୟ ସଙ୍ଗୀତପ୍ରିୟ ହୋଇପାରନ୍ତି। ସତ୍‌କର୍ମରେ ମନୋନିବେଶ କରିପାରନ୍ତି। ଧର୍ମ ମାର୍ଗରେ ପରିଚାଳିତ ହେବେ। ଯେକୌଣସି ସୂତ୍ରରୁ ଧନାଗମର ସୂଚନା ମିଳୁଛି।

ମୀନ: ରୋଜଗାର ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହୋଇପାରନ୍ତି। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାଶ୍ରୟ ରହିବେ। ନୂଆ ବନ୍ଧୁ ଜୁଟିବେ। ଚିନ୍ତାଧାରା ଉନ୍ନତମାନର ହେବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories