www.samajalive.in
Tuesday, December 9, 2025
15.1 C
Bhubaneswar

ଖୁବ ଶୀଘ୍ର ଆରମ୍ଭ ହେବ ସମଲେଶ୍ବରୀ ମନ୍ଦିରର ପାରିପାର୍ଶ୍ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ

ସମ୍ବଲପୁର: ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟ କରଣ ଓ ପାରିପାର୍ଶ୍ବିକ ବିକାଶ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ସମ୍ବଲପୁର ଯାଇ ମାଆ ସମଲେଶ୍ବରୀଙ୍କ ମନ୍ଦିର ପରିଦର୍ଶନ କରିଥିଲେ ଏବଂ ସେ ଅଞ୍ଚଳର ବିକାଶ ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ ।

ଓଡିଶାର ପ୍ରସିଦ୍ଧ ଶକ୍ତି ପୀଠ ମାନଙ୍କ ମଧ୍ୟରେ ମା ସମଲେଶ୍ବରୀଙ୍କ ପୀଠ ଅନ୍ୟତମ ଅଟେ । ପଶ୍ଚିମ ଓଡିଶାର ସାମାଜିକ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ଜୀବନ ସହ ସମଲେଶ୍ବରୀ ପୀଠର ଘନିଷ୍ଠ ସଂପର୍କ ରହିଛି । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ମା’ ଙ୍କ ଆଶୀର୍ବାଦ ପାଇଁ ଆସିଥାନ୍ତି ।

- Advertisement -

ଏହି ପୀଠର ଗୁରୁତ୍ବ ଓ ମହିମାକୁ ଦୃଷ୍ଟିରେ ରଖି ଏହାକୁ ଅଧିକ ଆକର୍ଷଣୀୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ଼ର ଠିକ୍ ପୂର୍ବରୁ ମନ୍ଦିର ପରିଦର୍ଶନ ଅବସରରେ ଘୋଷଣା କରିଥିଲେ। ସମଲେଶ୍ବରୀ ମନ୍ଦିର ବିକାଶ ପ୍ରକଳ୍ପରେ ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ପାରିପାର୍ଶିକ ବିକାଶ, ଐତିହ୍ୟ କରିଡରର ବିକାଶ, ଭୋଗମଣ୍ଡପ, ଯାତ୍ରୀ ଓ ଭକ୍ତ ନିବାସ, ପାର୍କିଂ ସୁବିଧା ଏବଂ ନଦୀ ସମ୍ମୁଖ ଭାଗର ବିକାଶକୁ ଅନ୍ତର୍ଭୁକ୍ତ କରାଯାଇଛି ।

ଏଥିରେ ମନ୍ଦିରର ପୂଜାରୀ ତଥା ଜମି ହରାଉଥିବା ଲୋକମାନଙ୍କର ଥଇଥାନ ଓ ପୁନର୍ବାସ ପାଇଁ ଏକ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରାଯିବ ବୋଲି ଜଣାଯାଇଛି। ରାଜ୍ୟ ସରକାରଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ୟ୍ୟକାରୀ କରାଯିବ ଏବଂ ୨ ବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସଂପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ଏହି ପ୍ରତିନିଧି ଦଳରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଯାଇ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହିତ ଏ ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ରାଜ୍ୟ ପୂର୍ତ୍ତ ସଚିବ ଓ ସମ୍ବଲପୁରର ଜିଲ୍ଲାପାଳ ଏ ଯୋଜନା ସଂପର୍କରେ ଉପସ୍ଥାପନା ଦେଇଥିଲେ। ଉତ୍ତରାଞ୍ଚଳ ଆର୍‌.ଡି.ସି, ଡି.ଆଇ.ଜି ଏବଂ ଏସ୍‌.ପି ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories