www.samajalive.in
Monday, December 8, 2025
13.1 C
Bhubaneswar

ବୁଧବାର ରାଶିଫଳ – ୨୦ ଜାନୁଆରୀ ୨୦୨୧

ମେଷ: କର୍ମ ଚଞ୍ଚଳ ରହିବେ। ନିରୋଳାରେ କିଛି ସମୟ ବିତାଇବାକୁ ଇଚ୍ଛା ପ୍ରକାଶ କରିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସବୁ ଅସୁବିଧାକୁ ଏଡାଇ ରାଜଯୋଗ ପ୍ରାପ୍ତିର ସୂଚନା ମିଳୁଛି। ଧର୍ମୀୟ କାର୍ୟ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି।
ବୃଷ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ବୃଦ୍ଧି ହେବାର ଲାଗିବ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି। ଅର୍ଥ ମିଳିବ। ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ। ଗୃହ, ଯାନବାହନ ଓ ସେବକ ସୁଖ ମିଳିବ।
ମିଥୁନ: ବଂଶର ମର୍ଯ୍ୟାଦାକୁ ଆଲୋକିତ କରିପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିପାରନ୍ତି। ପରିବାର ସ୍ନେହ ଶ୍ରଦ୍ଧା ଅବ୍ୟାହତ ରହିବ।
କର୍କଟ: ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ କଟାଇ ପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପ୍ରବଳ ଉଦ୍ୟୋଗୀ ହୋଇପାରନ୍ତି। ପର୍ୟ୍ୟଟନର ସୁବିଧା ମିଳିପାରେ।
ସିଂହ: ଈର୍ଷାଳୁ ସ୍ବଭାବର ହେବେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ବନ୍ଧୁମାନେ ସହଯୋଗ ପରିବର୍ତ୍ତେ କରଛଡ଼ା ଦେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ନିଷେଧ।
କନ୍ୟା: ବନ୍ଧୁ ସହାୟତା ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଯୁକ୍ତ ହେବ। ମନରେ ଅହଂଭାବ ପୋଷଣ କରିପାରନ୍ତି। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ୟ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ।
ତୁଳା: ବଦଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହ ଶ୍ରଦ୍ଧା ଅତୁଟ ରହିବ। ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସିତ ହେବେ।
ବିଛା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ତନ୍ତ୍ର-ମନ୍ତ୍ରାଦି ଗୃହବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ।
ଧନୁ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ସୁଖଭୋଗ କରିବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସ୍ବାସ୍ଥ୍ୟ ଅତୁଟ ରହିବ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ।
ମକର: ମନ ପ୍ରସନ୍ନ ରହିବ। ଧର୍ମଭାବାପନ୍ନ ହେବେ। ମଧୁରଭାଷାରେ ସମସ୍ତଙ୍କ ମନକୁ ମୋହିତ କରିପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହୋଇପାରନ୍ତି। ଭାଇମାନଙ୍କ ଠାରୁ ସ୍ନେହ, ଆଦର ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।
କୁମ୍ଭ: ଭାଗ୍ୟଶାଳୀ ହୋଇପାରନ୍ତି। ବ୍ୟକ୍ତି ବିଶେଷ ପରିଚୟ ସୃଷ୍ଟି କରିବେ। ମଧୁରଭାଷୀ ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟରୁ ଅଧିକ ଧନଲାଭ ହୋଇପାରେ। ଚଞ୍ଚଳ ଚେଷ୍ଟିତ ହେବେ।
ମୀନ: ଆୟ ପରିମାଣ ବୃଦ୍ଧି ପାଇବ। ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଐଶ୍ବର୍ୟ୍ୟଯୁକ୍ତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବାର ସୂଚନା ମିଳୁଛି। ଲୋକପ୍ରିୟତା ଅର୍ଜନ କରିବେ।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories