www.samajalive.in
Monday, December 8, 2025
27.1 C
Bhubaneswar

ବରିଷ୍ଠ ଅଭିନେତା ରବି ମିଶ୍ରଙ୍କ ପରଲୋକ

ଭୁବନେଶ୍ବର : ପ୍ରସିଦ୍ଧ ଓଡ଼ିଆ ଅଭିନେତା ରବି ମିଶ୍ରଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା। ସେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଓଡ଼ିଆ ମଞ୍ଚ, ଧାରାବାହିକ ଓ ଫିଲ୍ମରେ ଅଭିନୟ କରି ରବି ମିଶ୍ର ବେଶ ଲୋକପ୍ରିୟତା ହାସଲ କରିଥିଲେ। ଦୂରଦର୍ଶନରେ ପ୍ରସାରିତ ଟେଲି ଧାରାବାହିକ ‘ଗୋପାଳ ରହସ୍ୟ’ ପାଇଁ ସେ ଘରେ ଘରେ ପରିଚିତ ଥିଲେ। ‘ଗୋପାଳ ରହସ୍ୟ’ରେ ସେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ। ଦୂରଦର୍ଶନରେ ପ୍ରସାରିତ ଅନେକ ଲୋକପ୍ରିୟ ଧାରାବାହିକରେ ଅଭିନୟ କରି ସେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଅନେକ ଚଳଚିତ୍ରରେ ମଧ୍ୟ ସେ ଅଭିନୟ କରି ନିଜର ସ୍ବତନ୍ତ୍ର ଛାପ ଛାଡିଯାଇଛନ୍ତି। ତାଙ୍କ ବିୟୋଗରେ ଶୋକର ଛାୟା ଖେଳି ଯାଇଛି। ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ତାଙ୍କର ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।

ମଙ୍ଗଳବାର ଦିନ ସୁଟିଂ କରୁଥିବା ସମୟରେ ସୁଟିଂ ସେଟରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିଲା।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories