www.samajalive.in
Friday, December 12, 2025
19.1 C
Bhubaneswar

ଆଜିଠୁ ସହଜରେ ହେବ କାଳିଆ ଦର୍ଶନ

ପୁରୀ: ଆଜିଠାରୁ ଭକ୍ତମାନେ ବିନା କୋଭିଡ଼ ରିପୋର୍ଟରେ ଶ୍ରୀମନ୍ଦିରକୁ ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିପାରିପାରିବେ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୁରୀ ବାସିନ୍ଦାଙ୍କ ପାଇଁ ସକାଳ ୬ଟାରୁ ୭ଟା ପର୍ୟ୍ୟନ୍ତ ସ୍ୱତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯାଇଛି। ସକାଳ ୭ଟା ପରେ ସାଧାରଣ ଭକ୍ତମାନେ ମନ୍ଦିରକୁ ଯାଇ ବିନା ବାଧାରେ ଶ୍ରୀଜୀଉ ମାନଙ୍କ ଦର୍ଶନ କରିପାରିବେ। ଏଥିଲାଗି ସେବାୟତଙ୍କ ସହ ପ୍ରଶାସନ ପକ୍ଷରୁ ଆଲୋଚନା ହୋଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭକ୍ତଙ୍କ ପାଇଁ ବ୍ୟାରିକେଡ୍‍ ବ୍ୟବସ୍ଥା କରାଯାଇଛି। ଶ୍ରଦ୍ଧାଳୁମାନେ ଥର୍ମାଲ୍‍ ସ୍କ୍ରିନିଂ ଓ ସାନିଟାଇଜ୍‍ ହେବା ପରେ ସିଂହଦ୍ୱାର ଦେଇ ମନ୍ଦିରରେ ପ୍ରବେଶ କରିବେ। କୋଭିଡ଼ର କୌଣସି ଲକ୍ଷଣ ପରିଲକ୍ଷିତ ହେଉଥିଲେ କିମ୍ବା ସ୍କ୍ରିନିଂରୁ ଯଦି ଜଣାପଡେ ତେବେ ତାଙ୍କୁ ମନ୍ଦିର ଭିତରକୁ ଛଡାଯିବ ନାହିଁ।

ସେହିପରି ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକ ମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଶ୍ରଦ୍ଧାଳୁଙ୍କ ଭିଡ଼ ଏଡାଇବା ଓ ଶୃଙ୍ଖଳିତ ଦର୍ଶନକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ୨୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ସୁରକ୍ଷା ଦାୟିତ୍ୱରେ ରହିବେ। ୨ ଜଣ ଅତିରିକ୍ତ ଏସପି, ୭ ଜଣ ଡିଏସପି ଓ ୨୦ ଜଣ ଇନ୍ସପେକ୍ଟର ଏହାର ତଦାରଖ କରିବେ। ବୁଧବାର ଏନେଇ ଜିଲାପାଳ ସମର୍ଥ ବର୍ମା ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଜିଲାପାଳଙ୍କ ସମେତ ପୁରୀ ଏସ୍‌ପି, ଡିଆଇଜି ସ୍ଥିତିର ସମୀକ୍ଷା କରି କିଭଳି ଦର୍ଶନ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରାଯିବ ସେନେଇ ଆଲୋଚନା କରିଛନ୍ତି।

Hot this week

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

Related Articles

Popular Categories