www.samajalive.in
Saturday, December 13, 2025
26.1 C
Bhubaneswar

ବ୍ରହ୍ମପୁରରେ ନକଲି ହଳଦୀ ଓ ଲଙ୍କା ଗୁଣ୍ଡ କାରଖାନା ଠାବ

ବ୍ରହ୍ମପୁର: ରାଜ୍ୟରେ ବ୍ୟପୁଛି ନକଲି ଖାଦ୍ୟ ସାମଗ୍ରୀର ଚେର। ପ୍ରଥମେ କଟକ, ଭୁବନେଶ୍ୱର ଏବଂ ପର୍ଯ୍ୟାୟକ୍ରମେ ଯାଜପୁର, ଭଦ୍ରକ , ଆଉ ଏବେ ଗଞ୍ଜାମ ଜିଲ୍ଲାରୁ ନକଲି ଖାଦ୍ୟ ପ୍ରସ୍ତୁତି ସାମଗ୍ରୀର କାରଖାନା ଠାବ ହେଉଛି।  ବ୍ରହ୍ମପୁର ବଡ଼ବଜାର ଅଞ୍ଚଳରୁ ଗୁରୁବାର ନକଲି ହଳଦୀ ଗୁଣ୍ଡ ଓ ଲଙ୍କାଗୁଣ୍ଡ ଜବତ କରିଛି ପୁଲିସ। ଏହି ଘଟଣାରେ ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି ପୁଲିସ।

ସୂଚନା ଅନୁଯାୟୀ, ବଡ଼ବଜାର ଅଞ୍ଚଳରେ ନକଲି ହଳଦୀ ଗୁଣ୍ଡ ଏବଂ ଲଙ୍କାଗୁଣ୍ଡ କାରବାର ହେଉଥିବା ନେଇ ପୁଲିସକୁ ଖବର ମିଳିଥିଲା। ଏହାପରେ ପୁଲିସ ଏକ ସ୍ୱତନ୍ତ୍ର ଟିମ୍‌ ଗଠନ କରି ବଡ଼ବଜାର ଥାନା ପାଣ୍ଡବନଗର ଅଞ୍ଚଳରେ ଅତର୍କିତ ଭାବେ ଚଢାଉ କରିଥିଲା। ଏହି ଚଢାଉରେ ପୁଲିସ ବିପୁଳ ପରିମାଣର ନକଲି ସାମଗ୍ରୀ ଜବତ କରିଛି ।

- Advertisement -

ଦୀର୍ଘଦିନ ହେଲା ଏହି ସ୍ଥାନରେ ନକଲି କାରଖାନା ଚାଲିଥିବା ନେଇ ଗୋସାଣିନୂଆଗାଁ ପୁଲିସ ନିକଟରେ ଅଭିଯୋଗ ହୋଇଥିଲା। ପରେ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଏଠାରେ ଚଢାଉ କରାଯାଇଥିଲା।

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories