www.samajalive.in
Saturday, December 6, 2025
19.1 C
Bhubaneswar

କୋଭିଶିଲ୍ଡ ପ୍ରସ୍ତୁତକର୍ତ୍ତା ସେରମ ଇନ୍‌ଷ୍ଟିଚ୍ୟୁଟ୍‌ରେ ଅଗ୍ନିକାଣ୍ଡ

ମୁମ୍ବଇ: କରୋନା ଟିକା କୋଭିଶିଲ୍ଡ ପ୍ରସ୍ତୁତ କରୁଥିବା ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଇଣ୍ଡିଆ (ଏସଆଇଆଇ)ର ଟର୍ମିନାଲ-୧ରେ ଥିବା ନୂଆ ପ୍ଲାଣ୍ଟରେ ଗୁରୁବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଜଣାପଡ଼ି ନ ଥିବାବେଳେ ୮ଟି ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିବା ଲାଗି ଉଦ୍ୟମ ଚଳାଇଛନ୍ତି। ଏଥିରେ କେହି ମୃତାହତ ହୋଇଛନ୍ତି କି ନାହିଁ ତାହା ଜଣାପଡ଼ି ନାହିଁ। ତେବେ ଟିକା ଗଚ୍ଛିତ ରହିଥିବା ଷ୍ଟୋରେଜ୍‌ ନିଆଁ ଲାଗି ନ ଥିବା ସୂଚନା ମିଳିଛି।

୩୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ର  ୫ ମହଲା ବିଶିଷ୍ଟ ଏହି ନୂଆ ପ୍ଲାଣ୍ଟରେ ଅଧିକ ପରିମାଣର କରୋନା ଟିକା କୋଭିଶିଲ୍ଡ ଉତ୍ପାଦନ କରାଯିବାର ଯୋଜନା ରହିଥିଲା। ଗତବର୍ଷ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ଏହାର ଉଦ୍‌ଘାଟନ କରିଥିଲେ। କିନ୍ତୁ ଏପର୍ଯ୍ୟନ୍ତ ଏହି ପ୍ଲାଣ୍ଟରେ ଟିକା ଉତ୍ପାଦନ ଆରମ୍ଭ ହୋଇ ନ ଥିଲା।

- Advertisement -

ଅପରାହ୍ନ ସାଢ଼େ ୩ଟା ସୁଦ୍ଧା ନିଆଁକୁ ଆୟତ୍ତ କରାଯାଇପାରି ନ ଥିବା ସୂଚନା ମିଳିଛି। ଟର୍ମିନାଲରେ ନିଆଁରେ ଫସିଥିବା ୪ ଜଣଙ୍କୁ ବାହାରକୁ ବାହାର କରାଯାଇଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories