www.samajalive.in
Thursday, December 11, 2025
18.1 C
Bhubaneswar

ଧାନ କିଣାରେ ଅନିୟମିତତା: ୧୫ ଜଣ ପ୍ୟାକ୍ସ ସମ୍ପାଦକ ନିଲମ୍ବିତ, ଜଣେ ଡାଟା ଏଣ୍ଟ୍ରି ଅପରେଟର ବହିଷ୍କୃତ

ଭୁବନେଶ୍ୱର: ୨୦୨୦-୨୧ ଖରିଫ ବିପଣନ ଋତୁରେ ଖରିଫ ଧାନ କିଣାରେ ଅନିୟମିତତା ଓ ସରକାରୀ ନିର୍ଦେଶନାମାର ଉଲ୍ଲଙ୍ଘନ ଅଭିଯୋଗରେ ୧୫ ଜଣ ପ୍ରାଥମିକ ସମବାୟ ସମିତିର ସଂପାଦକଙ୍କୁ ସମବାୟ ବିଭାଗ ପକ୍ଷରୁ ନିଲମ୍ବିତ କରାଯାଇଛି ଏବଂ ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଚାକିରିରୁ ବାହାର କରି ଦିଆଯାଇଛି। ଧାନକିଣାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ବନ କରିବା ପରିପ୍ରେକ୍ଷୀରେ ୫-‘ଟି’ ଓ ‘ମୋ ସରକାର’ କାର୍ଯ୍ୟକ୍ରମରେ କୌଣସି ଅନିୟମିତତାକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ।

କାର୍ଯ୍ୟରୁ ନିଲମ୍ବିତ ହୋଇଥିବା ସଂପାଦକମାନେ ହେଲେ ସମ୍ବଲପୁର କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ନୂଆମୁରା ପ୍ୟାକ୍ସର ରାଧାକାନ୍ତ ଭୋଇ, ଧମା ପ୍ୟାକ୍ସର ସରୋଜ କୁମାର ଦାସ, ଚାରମାଳ ପ୍ୟାକ୍ସର ଅସିତ କୁମାର ପ୍ରଧାନ, ସାହାସପୁର ପ୍ୟାକ୍ସର କୃପାସିନ୍ଧୁ ସାହୁ, ସମରବାଗ ପ୍ୟାକ୍ସର ସଂପାଦକ ପ୍ରମୋଦ କୁମାର ଭୋଇ, ଲଖନପୁର ପ୍ୟାକ୍ସର ଭାରପ୍ରାପ୍ତ ସଂପାଦକ ପ୍ରଦୀପ ସା । ସେହିପରି ବଲାଙ୍ଗୀର କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ବୈଦ୍ୟନାଥ ପ୍ୟାକ୍ସର ଦିଲ୍ଲୀପ ସୁନା, ମହୁଲି ଏବଂ ଖରି ପ୍ୟାକ୍ସର ସମ୍ପାଦକ ଓ ଭାରପ୍ରାପ୍ତ ସମ୍ପାଦକ ରବି ମିଶ୍ର, ଜଟେସିଂହ ପ୍ୟାକ୍ସର ସିଇଓ ଘନଶ୍ୟାମ ପ୍ରଧାନ, ଉଲୁଣ୍ଡା ପ୍ୟାକ୍ସର ସିଇଓ ରାମକୃଷ୍ଣ ପାଢ଼ୀ ଓ ମୁରଶୁଣ୍ଢି ପ୍ୟାକ୍ସର ସିଇଓ ପ୍ରଭାତ କୁମାର ସାହୁଙ୍କୁ ନିଲମ୍ବନ କରାଯାଇଛି । ଏଥି ସହିତ ବୌଦ୍ଧ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ବାଘିଆପଡ଼ା ପ୍ୟାକ୍ସର ସମ୍ପାଦକ ନେତ୍ରାନନ୍ଦ ପୁରୋହିତ, ରାମଗଡ଼ ପ୍ୟାକ୍ସର ସମ୍ପାଦକ ନିରୋଦ କୁମାର ପାତ୍ର ଏବଂ କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ସଢ଼ା ପ୍ରାଥମିକ ସମବାୟ ସମିତିର ସମ୍ପାଦକ ଦୀନବନ୍ଧୁ ଜେନା ଓ ସହକାରୀ ସମ୍ପାଦକ ଶୁକଦେବ ରାଉତଙ୍କୁ ନିଲମ୍ବନ କରାଯାଇଥିବାବେଳେ ସଢ଼ା ପ୍ୟାକ୍ସର ଡାଟା ଏଣ୍ଟ୍ରି ଅପରେଟର ମନୋଜ କୁମାର ନାୟକଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି ବୋଲି ବିଭାଗୀୟ ସୂତ୍ରରୁ ପ୍ରକାଶ।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories