www.samajalive.in
Sunday, December 7, 2025
13.1 C
Bhubaneswar

ଧାନ କିଣା ପ୍ରସଙ୍ଗରେ ବିଜେଡ଼ିର ପାଲଟା ଜବାବ: ଦଲାଲଙ୍କ ପାଇଁ ଓକିଲାତି କରୁଛି ବିଜେପି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଥିବା ଧାନ କିଣା ପ୍ରକ୍ରିୟାରେ ଚାଷୀମାନେ ଉପକୃତ ହେଉଥିବାବେଳେ କେତେକ ଦଲାଲଙ୍କ ସହ ହାତ ମିଳାଇ ଓଡିଶା ବିଜେପି ସେମାନଙ୍କ ପାଇଁ ଓକିଲାତି କରୁଛି। ବିଜେପି ନେତାମାନେ ସର୍ବଦା ଦଲାଲମାନଙ୍କ ପାଇଁ ଓକିଲାତି କରୁଥିବା ରାଜ୍ୟବାସୀ ଭଲଭାବେ ଜାଣିଛନ୍ତି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର।

ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି ଯେ, ରାଜ୍ୟରେ ରେକର୍ଡ ପରିମାଣର ଧାନ ଉତ୍ପାଦନ ହୋଇଥିବାବେଳେ ଠିକଣା ଭାବେ ଧାନ ସଂଗ୍ରହ ଯୋଗୁଁ ଲକ୍ଷାଧିକ ଚାଷୀ ଉପକୃତ ହେଉଛନ୍ତି। ୨୦୧୮-୧୯ ବର୍ଷରେ ୬୫.୫ଲକ୍ଷ ମେଟ୍ରିକ ଟନ୍‍ ଧାନ ସଂଗ୍ରହ ହୋଇଥିବାବେଳେ ଚାଷୀମାନଙ୍କ ଖାତାକୁ ସର୍ବନିମ୍ନ ସହାୟକ ମୂଲ୍ୟ ବାବଦରେ ୧୧,୪୦୦ କୋଟି ଟଙ୍କା ପଠାଯାଇଥିଲା। ୨୦୧୯-୨୦ ବର୍ଷରେ ଧାନ ସଂଗ୍ରହ ପରିମାଣ ୭୦.୫୬ଲକ୍ଷ ମେଟ୍ରିକ ଟନ୍‍ ଥିବାବେଳେ ଚାଷୀମାନଙ୍କ ଖାତାକୁ ସର୍ବନିମ୍ନ ସହାୟକ ମୂଲ୍ୟ ବାବଦରେ ୧୨,୮୦୮ କୋଟି ଟଙ୍କା ଯାଇଥିଲା ଯେଉଁଥିରୁ ଓଡିଶାର ଚାଷୀମାନେ କିଭଳି ଉପକୃତ ହେଉଛନ୍ତି ତାହା ଦେଖିବାକୁ ମିଳିଥିଲା। ପ୍ରକୃତ ଚାଷୀଙ୍କ ନିକଟରେ ଥିବା ଗୋଟିଏ ଅଖା ଧାନକୁ ମଧ୍ୟ ସଂଗ୍ରହ କରିବାପାଇଁ ବିଜେଡି ସରକାର ପ୍ରତିଶ୍ରୁତିବଦ୍ଧ ସେ କହିଛନ୍ତି।

- Advertisement -

ରାଜ୍ୟ ସରକାର ଚାଷୀଙ୍କ ଠାରୁ ଧାନ ଖରିଦ କରିଚାଲିଥିବାବେଳେ ବିଜେପି ଏବେ ଦଲାଲଙ୍କ ପାଇଁ ଓକିଲାତି କରୁଛି। ଦିଲ୍ଲୀରେ କୃଷକମାନେ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ଚଳାଉଥିବା ପ୍ରଦର୍ଶନରୁ ନଜର ହଟାଇବାପାଇଁ ଓଡିଶା ବିଜେପି ଏଭଳି ଡ୍ରାମା କରୁଥିବା ଓଡିଶାବାସୀ ଭଲଭାବେ ବୁଝି ସାରିଲେଣି। ବିଜେଡି ସାଂସଦମାନେ ଗତକାଲି କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ଭେଟିବା ସହିତ ଚାଉଳ ସଂଗ୍ରହ ଓ ସବସିଡ୍‍ ପ୍ରଦାନ ସମ୍ପର୍କିତ ସମସ୍ୟାର ସମାଧାନ ହୋଇଛି। ହେଲେ ବିଜେପି ସାଂସଦମାନେ ଓଡିଶା ପାଇଁ କରିଛନ୍ତି କ’ଣ ? ଏଠାରେ ଶସ୍ତା ରାଜନୀତି କରିବା ଅପେକ୍ଷା ଓଡିଶା ଚାଷୀଙ୍କ ସ୍ୱାର୍ଥରକ୍ଷା ଲାଗି ବିଜେଡି ସାଂସଦଙ୍କ ଭଳି ସେମାନେ ପଦକ୍ଷେପ ନେବା ଉଚିତ୍‍। ଧାନ ସଂଗ୍ରହ ପ୍ରକ୍ରିୟାରେ ପ୍ରକୃତ ଚାଷୀଙ୍କ ନିକଟରେ ଥିବା ଗୋଟିଏ ଧାନକୁ ବି ସଂଗ୍ରହ କରାଯିବା ନେଇ ବିଜେଡି ସରକାର ଗ୍ୟାରେଣ୍ଟି ଦେଇଥିବା ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର ପ୍ରକାଶ କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories