www.samajalive.in
Monday, December 15, 2025
16.1 C
Bhubaneswar

ଅବକାରୀ ବିଭାଗର ଚଢାଉ, ୩୦ ହଜାର ଗଞ୍ଜେଇ ଗଛ ନଷ୍ଟ

ବୌଦ୍ଧ : ବୌଦ୍ଧ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ବୌଦ୍ଧ ବ୍ଲକର ଶଗଡା ପଂଚାୟତର ବାହାବଲଖୋଲ ଓ ଆମ୍ବଝରୀ ପଂଚାୟତର ରାମେଶ୍ୱର ଜଙ୍ଗଲ ଉପରେ ଚଢାଉ କରାଯାଇ ୧୦ ଏକର ଅଂଚଳରେ ହୋଇଥିବା ୩୦ ହଜାର ଗଞ୍ଜେଇ ଗଛ କାଟି ନଷ୍ଟ କରାଯାଇଛି। ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ଅଧିକ୍ଷକ କ୍ରିଷ୍ଣା ନାଏକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅବକାରୀ ଇନ୍ସପେକ୍ଟର ବିଜୟ କୁମାର ଧରୁଆଙ୍କ ନେତୃତ୍ୱରେ ଏହି ଚଢାଉ କରାଯାଇଥିଲା। ଏକ୍‍ଜିକ୍ୟୁଟିଭ୍‍ ମାଜିଷ୍ଟ୍ରେଟ୍‍ ଭାବରେ ସତ୍ୟଜିତ ମହାପାତ୍ରଙ୍କ ଉପସ୍ଥିତିରେ କଟାଯାଇଥିବା ଗଂଜେଇ ଗଛଗୁଡିକୁ ପୋଡି ନଷ୍ଟ କରାଯାଇଥିଲା। ନଷ୍ଟ କରାଯାଇଥିବା ଗଂଜେଇ ଗଛର ଆନୁମାନିକ ମୂଲ୍ୟ ୩ କୋଟି ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଚଢାଉରେ ଅନ୍ୟମାନଙ୍କ ମଧ୍ୟରେ ଅବକାରୀ ସବଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତ, ଭଗବାନ ମହାନନ୍ଦିଆଙ୍କ ସମେତ ପୋଲିସ ଓ ଅବକାରୀ ବିଭାଗର କର୍ମଚାରୀମାନେ ସାମିଲଥିଲେ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories