www.samajalive.in
Thursday, December 11, 2025
16.1 C
Bhubaneswar

ଇତିହାସ ବିଭାଗ ଦ୍ୱାରା ଜାତୀୟ ଓ୍ବେବିନାର ଅନୁଷ୍ଠିତ

ଜି.ଉଦୟଗିରି: ଜି.ଉଦୟଗିରି ସ୍ଥିତ କଳିଙ୍ଗ ମହାବିଦ୍ୟାଳୟରେ ଇତିହାସ ବିଭାଗ ଆନୁକୁଲ୍ୟରେ ଅଧ୍ୟକ୍ଷ ସୁଧାଂଶୁ ଶେଖର ମେହେରଙ୍କ ସଭାପତିତ୍ବରେ ଏକ ଜାତୀୟ ଓ୍ବେବିନାର ଅନୁଷ୍ଠିତ ହୋଇଯାଇଛି। ‘ଇତିହାସ ଲିଖନ: ଇତିହାସ ଲିଖନରେ ଇତିହାସ’ ଶୀର୍ଷକ ଆଲୋଚନା ଚକ୍ରରେ ମୁଖ୍ୟ ଆଲୋଚକ ଭାବରେ ହରିୟାଣା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ଇତିହାସ ଏବଂ ପ୍ରତ୍ନତତ୍ତ୍ବ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଡଃ ଇଶ୍ବର ପରିଡା ଯୋଗଦେଇ ଇତିହାସ ସୃଷ୍ଟି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବା ସହିତ ପ୍ରାଚୀନ ଇତିହାସରୁ ଏ ଯାବତ୍ ଲେଖା ଯାଉଥିବା ଇତିହାସର ଶୈଳି ଏବଂ ତଥ୍ୟ ବିଷୟରେ ଏକ ତଥ୍ୟ ଭିତ୍ତିକ ଓ ସାରଗର୍ଭକ ଅଭିଭାଷଣ ପ୍ରଦାନ କରିଥିଲେ।

ଏଥିରେ ବିଭାଗୀୟ ମୁଖ୍ୟ ଅଧ୍ୟାପିକା ସୁଜାତା କୁମାରୀ ବେହେରା ଅତିଥିଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ରୂପବନ୍ତ ଭୋଇ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଅଧ୍ୟାପିକା ଝୁନୁମା ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପକ ଡଃ ରାଜେଶ ବାଗ୍, ଆବେଦ ମଣ୍ଡଳ, ବିପୁଳ ଭୁଜମାଝି ଓ ରଞ୍ଜିତ କୁମାର ନାୟକ ସହଯୋଗ କରିଥିଲେ। ଏଥିରେ ବହୁ ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ଯୋଗଦେଇ ଆଲୋଚନା ଓ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories