www.samajalive.in
Sunday, December 14, 2025
23.1 C
Bhubaneswar

ଶୁଖିଲା ମସଲା ଛତୁ ଫ୍ରାଏ

ଆବଶ୍ୟକ ସାମଗ୍ରୀ
ଛତୁ – ୪୦୦ ଗ୍ରାମ
କଟା ଟମାଟୋ – ୩ଟି
କଟା ଧନିଆପତ୍ର – ଅଳ୍ପ
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଚିଲି ସସ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ବଟର – ଆବଶ୍ୟକ ପରିମାଣରେ
ଗୋଲମରିଚ ଗୁଣ୍ଡ – ଅଳ୍ପ
କ୍ରିମ – ୧ ଚାମଚ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଛତୁକୁ ଭଲ ଭାବେ ଧୋଇ ଦିଅନ୍ତୁ। ଏବେ ଏକ ପାତ୍ରରେ ଧୁଆ ହୋଇଥିବା ଛତୁ, ଲୁଣ, ହଳଦୀ ଗୁଣ୍ଡ, ଗୋଲମରିଚ ଗୁଣ୍ଡ, ତେଲ, ଚିଲି ସସ , ଟମାଟୋ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ବଟର ପକାନ୍ତୁ। ବଟର ପକାଇବା ପରେ ଗୋଳାଇ ରଖିଥିବା ଛତୁକୁ ପକାଇ ଭଲ ଭାବେ ଭାଜନ୍ତୁ। କିଛି ସମୟ ଭାଜିବା ପରେ ସାମାନ୍ୟ ଲୁଣ, ଲଙ୍କା ଗୁଣ୍ଡ, ପାଣି ଦେଇ ୨ ମିନିଟ ଫୁଟାନ୍ତୁ। ୨ ମିନିଟ ପରେ ୧ ଚାମଚ କ୍ରିମ ପକାଇ ଏହାକୁ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଶୁଖିଲା ମସଲା ଛତୁ ଫ୍ରାଏ ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories