www.samajalive.in
Monday, December 15, 2025
14.1 C
Bhubaneswar

୧୧୦ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ପିପିଲି: ପିପିଲି ଓ ଏହାର ଆଖପାଖ ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର କାରବାର ବୃଦ୍ଧି ପାଉଥିବା ବେଳେ ପିପିଲି ଅବକାରୀ ବିଭାଗ ପକ୍ଷରୁ ଶନିବାର ପିପିଲି ଓ ଡେଲାଙ୍ଗ ଅଞ୍ଚଳରେ ଚଢାଉ କରାଯାଇ ୧୧୦ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୧ଲକ୍ଷ ଟଙ୍କା ହୋଇଥିବା ବେଳେ ଏହି ଘଟଣାରେ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।

ପ୍ରାପ୍ତ ସୂଚନା ଅନୁଯାଇ, ବ୍ରାଉନସୁଗାର କାରବାର ସଂପର୍କରେ ସୂଚନା ପାଇବା ପରେ ପୁରୀ ଅବକାରୀ ଅଧିକ୍ଷକ ଅମରେନ୍ଦ୍ର ଜେନାଙ୍କ ନିର୍ଦ୍ଦେଶ କ୍ରମେ ପିପିଲି ଅବକାରୀ ଥାନା ଅଧିକାରୀ ଏସ୍‍ଆଇ ରଙ୍କନିଧି ମଲିକଙ୍କ ନେତୃତ୍ୱରେ ଗଠିତ ସ୍ୱତନ୍ତ୍ର ଅବକାରୀ ସ୍କ୍ୱାର୍ଡ ପିପିଲି ଥାନା ଅନ୍ତର୍ଗତ ଜଗନ୍ନାଥପୁର ଅଞ୍ଚଳରେ ଚଢାଉ କରିଥିଲା। ଜଗନ୍ନାଥପୁର ପଞ୍ଚାୟତ ଅଫିସ ନିକଟରେ ବ୍ରାଉନସୁଗାର କାରବାର ଚଳାଇଥିବା ହରିପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ସାହୁଙ୍କୁ ଗିରଫ କରାଯିବା ସହ ତାଙ୍କ ଠାରୁ ୩୦ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଥିଲା। ସେହିପରି ଡେଲାଙ୍ଗ ଥାନା ଅନ୍ତର୍ଗତ ସେବକସାହି ପାଟଣା ଅଞ୍ଚଳରେ ଚଢାଉ କରାଯାଇ ରାମଚନ୍ଦ୍ର ବେହେରାଙ୍କୁ ଗିରଫ କରାଯିବା ସହ ତାଙ୍କ ଠାରୁ ୮୦ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଥିଲା। ଉଭୟଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି। ଏହି ଚଢାଉରେ ଅନ୍ୟମାନଙ୍କ ମଧ୍ୟରେ ଏସ୍‍ଆଇ ବିନୋଦ କୁମାର ବାସ୍କେ, ଏଏସ୍‍ଆଇ ସୁଶାନ୍ତ କୁମାର ମହାପାତ୍ର, ଏନ୍‍. ଜଗିନ ରାଓ, କନେଷ୍ଟବଳ ସନ୍ତୋଷ କୁମାର ନାୟକ, ଦୀନବନ୍ଧୁ ବାରିକ, ତପନ କୁମାର ପ୍ରଧାନ, ପ୍ରଦୀପ୍ତ କୁମାର ପଣ୍ଡା, ସଞ୍ଜୀବ ହସ୍ତି ପ୍ରମୁଖ ସାମିଲ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories