www.samajalive.in
Sunday, December 7, 2025
26.1 C
Bhubaneswar

ଅଙ୍ଗନୱାଡି କର୍ମୀଙ୍କ ଦରମା ୧୫ ହଜାରକୁ ବୃଦ୍ଧି କରିବାକୁ ଦାବି

ବ୍ରହ୍ମପୁର: ଅଲ୍ ଓଡିଶା ଅଙ୍ଗନୱାଡି କର୍ମୀ ଓ ସହାୟିକା ସାମୁଖ୍ୟର ଗଞ୍ଜାମ ଜିଲ୍ଲା ସମ୍ମିଳନୀ ବ୍ରହ୍ମପୁର ଟାଉନ ହଲଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ଆସିକା ସାଂସଦ ପ୍ରମିଳା ବିଷୋୟୀ, ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଏବଂ ବିଜୁ ଶ୍ରମିକ ସାମୁଖ୍ୟର ମହାସଚିବ ତଥା ରାଜ୍ଯସଭା ସାଂସଦ ସୁବାଷ ସିଂ ଯୋଗ ଦେଇଥିଲେ।

- Advertisement -

ଜିଲା ପରିଷଦ ସଭାପତି ସୋନମ ପଲେଇ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଚିକିଟି ବିଧାୟକ ଉଷା ଦେବୀ, ଆସିକା ବିଧାୟକ ମଞ୍ଜୁଳା ସ୍ୱାଇଁ, ସରୋଡ଼ା ବିଧାୟକ ପୂର୍ଣ୍ଣ ସ୍ୱାଇଁ, କବିସୂର୍ଯ୍ୟନଗର ବିଧାୟକ ଲତିକା ପ୍ରଧାନ, ଖଲ୍ଲିକୋଟ ବିଧାୟକ ସୂର୍ଯ୍ୟମଣି ବୈଦ୍ୟ, ଛତ୍ରପୁର ବିଧାୟକ ସୁବାସ ବେହେରା, ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାସ, ପୂର୍ବତନ ବିଧାୟକ ଡ଼ା. ରମେଶ ଚନ୍ଦ୍ର ଚ୍ୟାଉପଟନାୟକ, ନନ୍ଦିନୀ ଦେବୀ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ସାମୁଖ୍ୟର ରାଜ୍ୟ ସଭାନେତ୍ରୀ ନନ୍ଦିନୀ ପଣ୍ଡା ଅଙ୍ଗନୱାଡି କର୍ମୀଙ୍କ ଦରମା ମାସିକ ୧୫ ହଜାର ଟଙ୍କା ସହ ଅନ୍ୟାନ୍ୟ ଦାବି ରଖିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ଅଙ୍ଗନବାଡି କର୍ମୀ ଯୋଗ ଦେଇଥିଲେ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories