www.samajalive.in
Sunday, December 14, 2025
26.1 C
Bhubaneswar

ଅଙ୍ଗନୱାଡି କର୍ମୀ ଓ ସହାୟିକାଙ୍କୁ ମିଳିବ ସ୍ମାର୍ଟ ଫୋନ

ବ୍ରହ୍ମପୁର: ବିଭିନ୍ନ ଯୋଜନାର କାର୍ଯ୍ୟକାରିତା କିଭଳି ଚାଲିଛି, ସେ ନେଇ ଅଙ୍ଗନୱାଡ଼ି କର୍ମୀ ଓ ସହାୟିକାମାନଙ୍କୁ ଫଟୋ ଉଠାଇ ଉପରିସ୍ଥ ଅଧିକାରୀଙ୍କୁ ପଠାଇବାକୁ ପଡୁଛି। ନ ପଠାଇଲେ ଉପସ୍ଥିତ ଅଧିକାରୀମାନେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ହେଲେ ସ୍ୱଳ୍ପ ଦରମାରେ ମୋବାଇଲ ଫୋନ କିଣିବା କଷ୍ଟ ହେଉଛି। ଏଣୁ ସମସ୍ତ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନଙ୍କୁ ସରକାରଙ୍କ ତରଫରୁ ମୋବାଇଲ ଫୋନ ବଣ୍ଟନ କରାଯିବ ବୋଲି ଘୋଷଣା କରିଛନ୍ତି ରାଜ୍ୟ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ।

ବ୍ରହ୍ମପୁର ଟାଉନହଲଠାରେ ରବିବାର ଅନୁଷ୍ଠିତ ଓଡିଶା ଅଙ୍ଗନାୱାଡି କର୍ମୀ ଓ ସହାୟିକା ସାମ୍ମୁଖ୍ୟର ଗଞ୍ଜାମ ଜିଲା ସମ୍ମିଳନୀରେ ମନ୍ତ୍ରୀ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଉପରୋକ୍ତ ଘୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଜୁ ଶ୍ରମିକ ସାମ୍ମୁଖ୍ୟର ମହାସଚିବ ତଥା ସାଂସଦ ସୁବାସ ସିଂ, ଓଡିଶା ଅଙ୍ଗନାୱାଡି କର୍ମୀ ଓ ସହାୟିକା ସାମୁଖ୍ୟର ରାଜ୍ୟ ସଭାନେତ୍ରୀ ନନ୍ଦିନୀ ପଣ୍ଡାଙ୍କ ସମେତ ଗଞ୍ଜାମ ଜିଲାର ସାଂସଦ ଏବଂ ବିଧାୟକମାନେ ଯୋଗଦେଇଥିଲେ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories