www.samajalive.in
Monday, December 8, 2025
17.1 C
Bhubaneswar

ଆସନ୍ତାକାଲିଠାରୁ ପୁଣି ଆରମ୍ଭ ହେବ ପୁରୀ ଶ୍ରୀମନ୍ଦିର ସେବାୟତଙ୍କ କୋଭିଡ୍‌ ଟେଷ୍ଟ

ପୁରୀ: ଆସନ୍ତାକାଲିଠାରୁ ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍‌ ଟେଷ୍ଟ କରାଯିବ। ପ୍ରତିଦିନ ୫୦ ସେବାୟତଙ୍କ ଆର୍‌ଟିପିସିଆର୍‌ ପରୀକ୍ଷା କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ଗ୍ରାଣ୍ଡରୋଡ୍‌ର ଉତ୍କଳ ହୀନ୍ଦି ବିଦ୍ୟାପୀଠରେ ସେବାୟତମାନଙ୍କର କୋଭିଡ୍‌ ଟେଷ୍ଟ କରାଯିବ। ଶ୍ରୀମନ୍ଦିର ସେବାୟତଙ୍କ କୋଭିଡ୍‌ ଟେଷ୍ଟ ଆସନ୍ତାକାଲି(ବୁଧବାର)ଠାରୁ ଆରମ୍ଭ ହେବ ଏବଂ ଏହା ଫେବୃଆରୀ ୨୭ ପର୍ଯ୍ୟନ୍ତ ଚାଲିବ। ପ୍ରଥମେ ସୁଆର ଓ ମହାସୁଆରଙ୍କ କୋଭିଡ୍‌ ଟେଷ୍ଟ କରାଯିବ। ଏହାପରେ ପର୍ଯ୍ୟାୟକ୍ରମେ ଅନ୍ୟ ସେବାୟତଙ୍କ କୋଭିଡ୍‌ ଟେଷ୍ଟ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories